ଡ୍ୟୁଟିବେଳେ ମୃତ୍ୟୁ ହେଲେ ୧୦ ଲକ୍ଷ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସରକାରୀ କର୍ମଚାରୀ ମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ । ଦାୟତ୍ୱ ନିର୍ବାହ ସମୟରେ ମୃତ୍ୟୁ କ୍ଷେତ୍ରରେ ସହାୟତା ରାଶିର ପରିମାଣ ୪ ଲକ୍ଷରୁ ୧୦ ଲକ୍ଷକୁ ବୃଦ୍ଧି ହୋଇଛି । ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।

ଏହି ନିଷ୍ପତ୍ତି ଅନୁଯାୟୀ ଦାୟିତ୍ୱ ପାଳନ ସମୟରେ କର୍ମଚାରୀ ମାନଙ୍କ ମୃତ୍ୟୁ ଘଟିଲେ ସେ କ୍ଷେତ୍ରରେ ସହାୟତା ରାଶିର ପରିମାଣକୁ ବର୍ତ୍ତମାନର ୪ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ