Masthead

ଚାଲିଥିଲା ବିବାହ, ମାଡ଼ି ଆସିଲା କାଳ..ନେଲା ୧୦୦ ଜୀବନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିବାହ ଉତ୍ସବରେ ୧୦୦ ଜୀବନ୍ତ ଦଗ୍ଧ । ୧୫୦ ଆହତ । ଇରାକ ନିନେଭେହ ପ୍ରୋଭିନ୍ସର ହାମଦାନିୟା ଜିଲ୍ଲାରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡ ଘଟିଥିବା ବିଲ୍ଡିଂରେ ଦହନଶୀଳ ସାମଗ୍ରୀ ଥିବାରୁ ଭୟାନକ ସ୍ଥିତି । ଘଟଣାସ୍ଥଳରେ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ଉଦ୍ଧାର କାମ । ବିବାହ ମଣ୍ଡପରେ ଫସି ରହିଥିବା ଲୋକଙ୍କୁ ବାହାର କରିବାକୁ ଉଦ୍ୟମ ଜାରି ରହିଛି । ତୁରନ୍ତ ଆହତଙ୍କ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଇରାକ ପ୍ରଧାନମନ୍ତ୍ରୀ । ଉଦ୍ଧାରକାରୀ ଟିମ୍ ପକ୍ଷରୁ ବିବାହ ମଣ୍ଡପରୁ ମୃତଦେହ ବାହାର କରାଯାଉଛି ।

ଘଟଣାରେ ମୃତ୍ୟୁ ସଂଖ୍ୟା ଆହୁରି ବଢିବା ଆଶଙ୍କା କରାଯାଇଛି । ବାଣ ନିଆଁ ପଡ଼ି ବିବାହ ମଣ୍ଡପ ସମ୍ପୂର୍ଣ୍ଣ ପୋଡି ଯାଇଥିଲା ଅନୁମାନ କରାଯାଉଛି । ତେବେ ବାଣ ନିଆଁ ପଡ଼ିବାବେଳେ ଲୋକେ ବାହାରକୁ ବାହାରି ପାରିନଥିଲେ । ଘଟଣାସ୍ଥଳରେ ହିଁ ଅନେକଙ୍କ ଜୀବନ ଯାଇଥିଲା । ନିଆଁ ଲାଗିବା ଖବର ଜଣାପଡ଼ିବା ପରେ ତୁରନ୍ତ ନିକଟସ୍ଥ ହସ୍ପିଟାଲର ଆମ୍ବୁଲାନ୍ସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ । ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସା କରାଯାଉଛି । ଅଗ୍ନିକାଣ୍ଡରେ ବର ଓ କନ୍ୟା ମଧ୍ୟ ଆହତ ହୋଇଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା