Masthead

ଥଣ୍ଡାରେ ଥରହର ସାରା ଓଡ଼ିଶା 

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଢୁଛି ଶୀତ । ଥରୁଛି ଛାତି । କଲବଲ କରୁଛି ଥଣ୍ଡା । ଓଡ଼ିଶାରେ ଶୀତର ପ୍ରଭାବ ଧୀରେ ଧୀରେ ବଢିବାରେ ଲାଗିଛି । ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ହ୍ରାସ ପାଇବା ସାଙ୍ଗକୁ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି ।  ୧୦ ଡିଗ୍ରୀ ତଳେ ରାଜ୍ୟର ୧୧ ସହର । ଭୁବନେଶ୍ୱର, କଟକ, ପାରାଦୀପ ସମେତ ଉପକୂଳ ଓଡ଼ିଶାରେ ତାପମାତ୍ରା ସ୍ୱାଭାବିକଠୁ ୨ରୁ ୪ ଡିଗ୍ରୀ କମ ରେକର୍ଡ।  ଦାରିଙ୍ଗାବାଡ଼ି ଓ ଫୁଲବାଣୀରେ ୮.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ଝାରସୁଗୁଡ଼ା ଓ ରାଉରକେଲା ସହରରେ ସବୁଠୁ ଅଧିକ ଥଣ୍ଡା ଅନୁଭୂତ ହେଉଛି । ଝାରୁସୁଗୁଡ଼ାରେ ୬.୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ରାଉରକେଲାରେ ମଧ୍ୟ ୬.୮ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ଦ୍ୱିତୀୟ ସ୍ଥାନରେ ରହିଛି ଫୁଲବାଣୀ ସହର । ଫୁଲବାଣୀରେ ୮.୫ ଡିଗ୍ରୀ, ଦାରିଙ୍ଗବାଡ଼ିରେ ୮.୫ ଡିଗ୍ରୀ, ଅନୁଗୁଳରେ ୯ ଡିଗ୍ରୀ, କେନ୍ଦୁଝର ୯.୨ ଡିଗ୍ରୀ, ସୁନ୍ଦରଗଡ ୯.୪ ଡିଗ୍ରୀ, ଭବାନୀପାଟଣାରେ ରାତିର ତାପମାତ୍ରା ୯.୪ ଡିଗ୍ରୀ ସେଲସିୟସ ତାପମାତ୍ରା ରହିଛି । ସେହିପରି ଟୁଇନସିଟି କଟକ ଓ ଭୁବନେଶ୍ୱରରେ ତାପମାତ୍ରା ୧୦ ଡିଗ୍ରୀ ଉପରେ ରହିଛି ।  କଟକରେ ତାପମାତ୍ରା ୧୧.୫ ଓ ଭୁବନେଶ୍ୱରରେ ୧୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ