Masthead

ଡମ୍ଫର ଧକ୍କାରେ ଜଳିଗଲା ଯାତ୍ରୀବାହୀ ବସ୍, ୧୩ ମୃତ

ମଧ୍ୟପ୍ରଦେଶ(ବଡ଼ ଖବର ବ୍ୟୁରୋ): ମଧ୍ୟପ୍ରଦେଶ ଗୁନାରେ ବଡ଼ ଦୁର୍ଘଟଣା । ଏକ ଡମ୍ଫର ସହ ଧକ୍କା ହୋଇ ଯାତ୍ରୀବାହୀ ବସରେ ନିଆଁ ଲାଗିଯିବାରୁ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ପାଖାପାଖି ୧୭ ଜଣ ଯାତ୍ରୀ ଗୁରୁତର ଥିବା ଜଣାପଡିଛି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ବିଳମ୍ବିତ ରାତିରେ ପ୍ରାୟ ୩୦ ଜଣ ଯାତ୍ରୀଙ୍କୁ ନେଇ ଏକ ଘରୋଇ ବସଟି ମଧ୍ୟପ୍ରଦେଶ ଗୁନାରୁ ଆରୋନ ଅଭିମୁଖେ ଯାଉଥିବା ବେଳେ ଜାତୀୟ ରାଜପଥରେ ଏକ ଡମ୍ଫର ସହ ବସ୍‌ଟି ମୁହାଁମୁହିଁ ଧକ୍କା ହେବା ଫଳରେ ଦୁର୍ଘଟଣା ଘଟିଥିଲା । ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରିବାକୁ ଆସିଥିଲେ ଏବଂ ଖବର ପାଇ ଏସଡିଆରଏଫ ଟିମ୍ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ଏହି ଘଟଣାରେ ପୋଲିସ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା