Masthead

୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ, ତାରିଖ ଘୋଷଣା କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ର ତାରିଖ ଘୋଷଣା କଲେ ନିର୍ବାଚନ କମିଶନର । ମିଜୋରାମ, ଛତିଶଗଡ଼, ମଧ୍ୟପ୍ରଦେଶ, ରାଜସ୍ଥାନ, ଓ ତେଲେଙ୍ଗାନା ପାଇଁ ତାରିଖ ଘୋଷଣା । ନଭେମ୍ବରର ଦ୍ୱିତୀୟ ସପ୍ତାହରୁ ଡିସେମ୍ବର ପ୍ରଥମ ସପ୍ତାହ ମଧ୍ୟରେ ମତଦାନ । ସୂଚନା ମୁତାବକ, କେବଳ ଛତିଶଗଡରେ ଦୁଇଟି ପର୍ୟ୍ୟାୟରେ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ, ଅନ୍ୟ ୪ଟି ରାଜ୍ୟରେ ଗୋଟିଏ ପର୍ୟ୍ୟାୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ । ତାରିଖ ଗୁଡିକ ହେଉଛି,ମିଜୋରାମ – ନଭେମ୍ବର ୭ ତାରି,ମଧ୍ୟପ୍ରଦେଶ – ନଭେମ୍ବର ୧୭ ତାରିଖ,ରାଜସ୍ଥାନ – ନଭେମ୍ବର ୨୩ ତାରି,ତେଲେଙ୍ଗାନା – ନଭେମ୍ବର ୩୦ ତାରିଖ, ଛତିଶଗଡ – ନଭେମ୍ବର ୭ ତାରିଖ ଏବଂ ନଭେମ୍ବର ୧୭ ତାରିଖ,ସମସ୍ତ ରାଜ୍ୟର ଭୋଟ୍ ଫଳାଫଳ – ଡିସେମ୍ବର ୩ ତାରିଖ ।ମୁଖ୍ୟ ନିର୍ବାଚନ ଆୟୋଗକଙ୍କ ସୂଚନା ମୁତାବକ, ନିର୍ବାଚନ ହେବାକୁ ଥିବା ୫ ରାଜ୍ୟରେ ମୋଟ ୬୭୯ ବିଧାନସଭା ସିଟ୍ ରହିଛି । ଯେଉଁଠି ୧୬.୧୪ କୋଟି ଲୋକ ନିଜର ସରକାର ନିର୍ଦ୍ଧାରଣ କରିବେ । ଏହି ୫ଟି ରାଜ୍ୟରେ ମୋଟ ୮.୨ କୋଟି ପୁରୁଷ ଭୋଟର ଥିବାବେଳେ, ୭.୮ କୋଟି ମହିଳା ଭୋଟର ଅଛନ୍ତି । ତେବେ ଏଥର ନିର୍ବାଚନରେ ୬୦.୨ ଲକ୍ଷ ନୂଆ ଭୋଟର ସାମିଲ ହେବେ ବୋଲି ସୂଚନା ଦେଇଛନ୍ତି ରାଜୀବ କୁମାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ