Masthead

ଗ୍ଵାଲିୟରରେ ପହଞ୍ଚିଲେ ୧୨ ଚିତା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆସିଲେ ୧୨ ଚିତା । ଗ୍ଵାଲିୟରରେ ପହଞ୍ଚିଲେ ୧୨ ଆଫ୍ରକୀୟ ଚିତା । ଦକ୍ଷିଣ ଆଫ୍ରିକାରୁ ଭାରତୀୟ ବାୟୁସେନାର ସ୍ୱତନ୍ତ୍ର ବିମାନ ସି-୧୭ ଗ୍ଲୋବମାଷ୍ଟର ଯୋଗେ ଭାରତ ଆସିଛନ୍ତି। ଏମାନଙ୍କ ମଧ୍ୟରେ ଅଛନ୍ତି ୭ଟି ଅଣ୍ଡିରା ଓ ୫ଟି ମାଇ ବାଘ। ମଧ୍ୟପ୍ରଦେଶ ଜୁନୋ ପାର୍କରେ ଏମାନଙ୍କୁ ଛଡାଯିବ। ୧ ମାସ ଧରି ଏମାନଙ୍କୁ କ୍ୱାରେଣ୍ଟାଇନ୍‌ରେ ରଖାଯିବ। ସେପଟେ ଜୁନୋ ପାର୍କରେ ବାଘଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି।

ଏମଓୟୁ ମୁତାବକ, ଦକ୍ଷିଣ ଆଫ୍ରିକାରୁ ଭାରତକୁ ପ୍ରତିବର୍ଷ ୧୦ରୁ ୧୨ଟି ଚିତା ଅଣାଯିବେ । ଆସନ୍ତା ୧୦ ବର୍ଷ ଯାଏଁ ଚୁକ୍ତି ହୋଇଛି । ରକ୍ଷାମନ୍ତ୍ରାଳୟ ଓ ଏୟାରଫୋର୍ସ ଏହି ସେବା ପ୍ରଦାନ କରିବା ପାଇଁ ପରିବେଶ ମନ୍ତ୍ରାଳୟ ଠାରୁ କୌଣସି ଶୁଳ୍କ ନେଇ ନାହାନ୍ତି । ଏହା ପୂର୍ବରୁ ସେପ୍‌ଟେମ୍ବର ୧୭ ତାରିଖରେ ନାମିବ୍ୟାରୁ ୮ଟି ଚିତାକୁ ଭାରତ ଅଣାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର