Masthead

ଆଜି ପହଞ୍ଚିବେ ୧୨ ଚିତା

ମଧ୍ୟପ୍ରଦେଶର କୁନୋ ନ୍ୟାସନାଲ ପାର୍କରେ କ୍ୱାରେଣ୍ଟାଇନରେ ରହିବେ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ଭାରତରେ ପହଞ୍ଚିବେ ୧୨ ଚିତା । ଦକ୍ଷିଣ ଆଫ୍ରିକାରୁ ଆସୁଥିବା ଏହି ମାସେ ଧରି ମଧ୍ୟପ୍ରଦେଶର କୁନୋ ନ୍ୟାସନାଲ ପାର୍କରେ କ୍ୱାରେଣ୍ଟାଇନରେ ରହିବେ । ଗୁରୁବାର ଦିନ ୧୨ ଚିତା ସହ ଭାରତୀୟ ବାୟୁସେନାର ବିମାନ ଦକ୍ଷିଣ ଆଫ୍ରିକାରୁ ବାହାରି ସାରିଛି । ପାଖାପାଖି ୮ହଜାର କିଲୋମିଟର ଯାତ୍ରା କରି ୫ଟି ଅଣ୍ଡିରା ଓ ୭ଟି ମାଈ ଚିତା କୁନୋ ନ୍ୟାଶନାଲ ପାର୍କରେ ପହଞ୍ଚିବେ ।

ସକାଳ ୧୦ଟା ବେଳେ ବିମାନ ଅବତରଣ କରିବେ । ଗ୍ୱାଲିୟରରୁ ତିନୋଟି ହେଲିକପ୍ଟର ଯୋଗେ ୧୨ ଚିତାକୁ କୁନୋ ପାର୍କ ନିଆଯିବ । ହେଲିକପ୍ଟର ଅବତରଣ ପାଇଁ ୫ଟି ହେଲିପ୍ୟାଡ୍ ତିଆରି କରାଯାଇଛି । ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହୋଇଥିବା ବୁଝାମଣା ପତ୍ର ଅନୁସାରେ, ପ୍ରତିବର୍ଷ ଦକ୍ଷିଣ ଆଫ୍ରିକାରୁ ୧୦ରୁ ୧୨ ଚିତାଙ୍କୁ ଆଗାମୀ ୧୦ ବର୍ଷ ପର୍ୟ୍ୟନ୍ତ ଦେଶକୁ ଅଣାଯିବ । ଏହା ପୂର୍ବରୁ ସେପ୍ଟେମ୍ବର ୧୭ ତାରିଖରେ ନାମିବ୍ୟାରୁ ୮ଟି ଚିତାକୁ ଭାରତ ଅଣାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା