Masthead

ନଦୀକୁ ଖସିଲା ଗାଡ଼ି, ୧୨ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଟ୍ରାଭେଲର୍‌ ଅଳକାନନ୍ଦା ନଦୀକୁ ଖସି ପଡ଼ିବା ଯୋଗୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ସମୟରେ ଗାଡ଼ିରେ ପ୍ରାୟ ୨୩ଜଣ ଯାତ୍ରୀ ଥିଲେ। ଗାଡ଼ିଟି ନଏଡାରୁ ଯାତ୍ରୀଙ୍କୁ ନେଇ ବଦ୍ରିନାଥ ଯାଉଥିଲା। ଏହି ସମୟରେ ରୁଦ୍ରପ୍ରୟାଗଠାରେ ରାସ୍ତାକଡ଼ରେ ଥିବା ଏକ ଗଭୀର ଖାଲକୁ ଖସିପଡ଼ି ନଦୀରେ ପଡ଼ିଥିଲା। ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ମୃତଦେହଗୁଡ଼ିକ ଫସି ରହିଥିଲା। ସ୍ଥାନୀୟ ଲୋକେ ତୁରନ୍ତ ଏନେଇ ପୋଲିସକୁ ସୂଚନା ଦେଇଥିଲେ। ଖବର ପାଇ ପୋଲିସ ପ୍ରଶାସନ ଏବଂ ଏସ୍‌ଡିଆର୍‌ଏଫ୍‌ ଟିମ୍‌ର ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଲୋକଙ୍କୁ ବାହାର କରିବା ଲାଗି ପ୍ରୟାସ କରାଯାଉଛି। ଏହାଛଡ଼ା ଆହତମାନଙ୍କୁ ଡାକ୍ତରଖାନା ନିଆଯାଉଛି। ଏଥିସହ ମୃତକଙ୍କୁ ଚିହ୍ନଟ କରିବା ଏବଂ ସେମାନଙ୍କ ପରିବାର ସହ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ