ନଦୀକୁ ଖସିଲା ଗାଡ଼ି, ୧୨ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଟ୍ରାଭେଲର୍‌ ଅଳକାନନ୍ଦା ନଦୀକୁ ଖସି ପଡ଼ିବା ଯୋଗୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ସମୟରେ ଗାଡ଼ିରେ ପ୍ରାୟ ୨୩ଜଣ ଯାତ୍ରୀ ଥିଲେ। ଗାଡ଼ିଟି ନଏଡାରୁ ଯାତ୍ରୀଙ୍କୁ ନେଇ ବଦ୍ରିନାଥ ଯାଉଥିଲା। ଏହି ସମୟରେ ରୁଦ୍ରପ୍ରୟାଗଠାରେ ରାସ୍ତାକଡ଼ରେ ଥିବା ଏକ ଗଭୀର ଖାଲକୁ ଖସିପଡ଼ି ନଦୀରେ ପଡ଼ିଥିଲା। ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ମୃତଦେହଗୁଡ଼ିକ ଫସି ରହିଥିଲା। ସ୍ଥାନୀୟ ଲୋକେ ତୁରନ୍ତ ଏନେଇ ପୋଲିସକୁ ସୂଚନା ଦେଇଥିଲେ। ଖବର ପାଇ ପୋଲିସ ପ୍ରଶାସନ ଏବଂ ଏସ୍‌ଡିଆର୍‌ଏଫ୍‌ ଟିମ୍‌ର ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଲୋକଙ୍କୁ ବାହାର କରିବା ଲାଗି ପ୍ରୟାସ କରାଯାଉଛି। ଏହାଛଡ଼ା ଆହତମାନଙ୍କୁ ଡାକ୍ତରଖାନା ନିଆଯାଉଛି। ଏଥିସହ ମୃତକଙ୍କୁ ଚିହ୍ନଟ କରିବା ଏବଂ ସେମାନଙ୍କ ପରିବାର ସହ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’