Masthead

ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ଆଜି ୧୨ ଘଣ୍ଟିଆ ଅବିଭକ୍ତ କୋରାପୁଟ ଜିଲ୍ଲା ବନ୍ଦ

କୋରାପୁଟ (ବଡ଼ ଖବର ବ୍ୟୁରୋ): ସରକାରୀ ଚାକିରିରେ ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବି । ଆଜି ୧୨ ଘଣ୍ଟିଆ ଅବିଭକ୍ତ କୋରାପୁଟ ଜିଲ୍ଲା ବନ୍ଦ । ବନ୍ଦ ଡାକରା ଦେଇଛି ମିଳିତ କ୍ରିୟାନୁଷ୍ଠାନ କମିଟି । ଜିଲ୍ଲାରେ ସମସ୍ତ ସ୍କୁଲ କଲେଜ ଆଗୁଆ ଛୁଟି ଘୋଷଣା । ଜୋର୍ ଧରିଲା ଜିଲ୍ଲା ଭିତ୍ତିକ ଶିକ୍ଷକ ନିଯୁକ୍ତି ଦାବି। ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆଜି ଅବିଭକ୍ତ କୋରାପୁଟ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚକଅଖ, ଦୋକାନ ବଜାର, ସରକାରୀ କାର୍ଯ୍ୟାଳୟ ଓ ସ୍କୁଲ କଲେଜ ଆଦି ବନ୍ଦ ପାଇଁ ଡାକରା ଦେଇଛି ମିଳିତ କ୍ରିୟାନୁଷ୍ଠାନ କମିଟି । କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରି ଜିଲ୍ଲାରେ ଏହି ବନ୍ଦ ପାଳନ ହେଉଛି। ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ ହଜାର ହଜାର ଶିକ୍ଷିତ ଆଦିବାସୀ ଯୁବକ ଯୁବତୀ ଚାକିରୀ ଆଶାୟୀ ଥିବା ବେଳେ, ସରକାର ସେମାନଙ୍କ ପ୍ରତି ଅଣଦେଖା କରି ବାହାର ଜିଲ୍ଲାର ପ୍ରାର୍ଥୀଙ୍କୁ ଚାକିରି ଦେଉଥିବା ଅଭିଯୋଗ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ