ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ ୧୨ ଘଣ୍ଟିଆ ବଲାଙ୍ଗୀର ବନ୍ଦ ଡାକରା

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ଆଜି ୧୨ ଘଣ୍ଟିଆ ବଲାଙ୍ଗୀର ବନ୍ଦ । ପଶ୍ଚିମ ଓଡ଼ିଶା ସଂଗଠନ ପକ୍ଷରୁ ବନ୍ଦ ଡ଼ାକରା ଦିଆଯାଇଛି । ନାରୀ ନିର୍ଯାତନା ବୃଦ୍ଧିକୁ ନେଇ ଦିଆଯାଇଛି ବନ୍ଦ ଡ଼ାକରା । ଚକଅଖ ବନ୍ଦ ସହ ମୁଖ୍ୟ ଡାକଘର ବନ୍ଦ କଲେ ପଶ୍ଚିମ ଓଡ଼ିଶା ସଂଗଠନ । ମହିଳାମାନଙ୍କ ପ୍ରତି ଅନ୍ୟାୟ ଅତ୍ୟାଚାର ଅତିମାତ୍ରାରେ ହେଉଥିଲେ ମଧ୍ୟ ସେମାନଙ୍କୁ ଉଚିତ ନ୍ୟାୟ କି ସୁରକ୍ଷା ମିଳୁନାହିଁ ବୋଲି ପଶ୍ଚିମ ଓଡ଼ିଶା ମହିଳା ସଂଗଠନ ଅଭିଯୋଗ କରିଛି।

ଏହାର ପ୍ରତିବାଦରେ ସଂଗଠନ ଆଜି ବନ୍ଦ ଡାକରା ଦେଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସକାରୀ ଶିକ୍ଷାନୁଷ୍ଠାନ, କାର୍ଯ୍ୟାଳୟ, ଦୋକାନ ବଜାର, ଯାନବାହନ ଚଳାଚଳ ବନ୍ଦ କରିବାକୁ ସଂଗଠନ ଆହ୍ବାନ ଦେଇଛି। ଏହି ବନ୍ଦ ଡାକରାକୁ ନଗର କଂଗ୍ରେସ କମିଟି ପକ୍ଷରୁ ପୂର୍ଣ୍ଣ ସମର୍ଥନ ଘୋଷଣା କରାଯାଇଛି। ସେହିପରି ବଲାଙ୍ଗୀରର ବିଭିନ୍ନ ସଂଗଠନ ମଧ୍ୟ ଏହାକୁ ସମର୍ଥନ କରିଥିବା ମହିଳା ସଂଗଠନ ପକ୍ଷରୁ ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ