Masthead

ସବଡିଭିଜନ ମାନ୍ୟତା ଦାବିରେ ୧୨ ଘଣ୍ଟିଆ ଲକ୍ଷ୍ମୀପୁର ବନ୍ଦ

ଲକ୍ଷ୍ମୀପୁର(ବଡ଼ ଖବର ବ୍ୟୁରୋ): ୧୨ ଘଣ୍ଟିଆ ଲକ୍ଷ୍ମୀପୁର ବନ୍ଦ । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀର ବିକାଶ ପରିଷଦ ପକ୍ଷରୁ ଆଜି ଚାରୋଟି ବ୍ଲକ ଯଥା ଲକ୍ଷ୍ମୀପୁର, ନାରାୟଣପାଟଣା, ବନ୍ଧୁଗାଁ ଓ ଦଶମନ୍ତପୁର ବ୍ଲକକୁ ବନ୍ଦ ଡାକରା ଦିଆଯାଇଛି । ଏହି ୪ ବ୍ଲକକୁ ସବଡିଭିଜନ ମାନ୍ୟତା ଦାବି କରି ଆଜି ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ବିକାଶ ପରିଷଦ ଓ ଜନ ସାଧାରଣଙ୍କ ଦ୍ୱାରା ବନ୍ଦ ପାଳନ କରାଯାଉଛି । ଫଳରେ ଦୋକାନ ବଜାର ବନ୍ଦ କରିବା ସହ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଟାୟାର ଜାଲି ରାସ୍ତା ଅବରୋଧ କରିଥିବାରୁ ଉଭୟ ପାର୍ଶ୍ଵରେ ଶହ ଶହ ଯାନବାହନ ଅଟକି ରହିଥିବାରୁ ଯାତ୍ରୀମାନେ ନାହଁ ନଥିବା ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି। ଧାରଣା ସ୍ଥଳରେ ଲକ୍ଷ୍ମୀପୁର ଏସଡିପିଓ ବିରଞ୍ଚିନାରାୟଣ ଜଗତ୍, ଥାନା ଅଧିକାରୀ ସୁଜ୍ଞାନୀ ସାହୁ ଓ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର