Masthead

ରାୟଗଡ଼ାରେ ୧୨ ଘଣ୍ଟିଆ ରାସ୍ତାରୋକ

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ବସ୍ତି ଉଛେଦ ପ୍ରତିବାଦରେ ଜିଲ୍ଲା ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ ରାସ୍ତାରୋକ କରାଯାଇଛି। ରାୟଗଡା ସହରର ତିନୋଟି ପ୍ରବେଶ ପଥରେ ଏହି ରାସ୍ତା ଅବରୋଧ ହୋଇଛି। ଫଳରେ ସମସ୍ତ ଯାନବାହନ ଚଳାଚଳ ପ୍ରଭାବିତ ହୋଇଥିଲା। ସହରର ସିରିଗୁଡା, ଖଲିଗୁଡା ଓ ମଝିଘରିଆଣୀ ମନ୍ଦିର ନିକଟରେ ଥିବା ସମସ୍ତ ତିନୋଟି ପ୍ରବେଶ ପଥରେ ବିଜେପି ପକ୍ଷରୁ ରାସ୍ତା ଅବରୋଧ କରାଯାଇଥିଲା। ବସ୍ତି ବାସିନ୍ଦା ମଧ୍ୟ ଏଥିରେ ସାମିଲ ହୋଇଥିଲେ।

ମୁଖ୍ୟତଃ ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ ବିଜେପି କର୍ମୀ। ରାସ୍ତା ଅବରୋଧ ସକାଳ ୬ ଟା ସମୟରେ ଆରମ୍ଭ ହୋଇଥିଲା। ତେବେ ପ୍ରାୟ ୭.୩୦ ସମୟରେ ରାସ୍ତା ଅବରୋଧ କରିଥିବା ବିଜେପି କର୍ମୀ ଓ ନେତାଙ୍କୁ ହଟାଇ ଥାନାକୁ ନେଇ ଯାଇଥିଲା। ଫଳରେ ରାସ୍ତା ରୋକ ହଟିଥିଲା। ଏହାକୁ କେନ୍ଦ୍ର କରି ବିଜେପି କର୍ମୀ ମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ଥାନାରେ ବ୍ୟାପକ ନାରାବାଜି ହୋଇଥିଲା। ଏପରିକି ଥାନା ପରିସରରେ ମଧ୍ୟ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା