Masthead

୧୨ ଘଣ୍ଟିଆ କେନ୍ଦୁଝର ବନ୍ଦ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ଆଜି ୧୨ ଘଣ୍ଟିଆ କେନ୍ଦୁଝର ବନ୍ଦ । କେନ୍ଦୁଝର ବାଂଶପାଳ ବ୍ଲକ ଉରୁମୁଣ୍ଡା ଗାଁର ଜନଜାତି ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଘଟଣାର ପ୍ରତିବାଦ ରେ ବିଶ୍ବହିନ୍ଦୁ ପରିଷଦ ପକ୍ଷରୁ ଆଜି ୧୨ ଘଣ୍ଟିଆ କେନ୍ଦୁଝର ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି । ଆଜି ସକାଳୁ ଜିଲ୍ଲାରେ ଅତ୍ୟାବଶ୍ୟକ ସେବା ଛାଡ଼ି ଦୋକାନ, ବଜାର, ସ୍କୁଲ୍, କଲେଜ, ପେଟ୍ରୋଲ ପମ୍ପ , ଯାନବାହାନ , ଚଳାଚଳ ସଂପୂର୍ଣ୍ଣ ବନ୍ଦ ରହିଛି ।

ରୋହିଙ୍ଗିଆ ଅନୁପ୍ରବେଶକାରୀ, ଉପଦ୍ରବକାରୀ, ଅସାମାଜିକ କାର୍ଯ୍ୟରେ ଲିପ୍ତ ବ୍ୟକ୍ତିମାନଙ୍କୁ ଚିହ୍ନଟ କରି ଜିଲ୍ଲାରୁ ବାହାର କରିବାକୁ ଦାବି କରାଯାଇଛି । ଆନ୍ଦୋଳକାରୀଙ୍କ ଆଭିଯୋଗ ଅନୁସାରେ ଦୀର୍ଘ ଦିନ ଧରି ଅନୁପ୍ରବେଶକାରୀମାନେ ଜିଲ୍ଲାରେ ସରକାରୀ ଜମି ମାଡିବସି ରହି ଚୋରି ରାହାଜାନୀ, ଗୋରୁ ବେପାର ଆଦି ଭଳି ଅପରାଧ ରେ ଲିପ୍ତ ରହିଛନ୍ତି । ପ୍ରଶାସନକୁ ବାରମ୍ଵାର ସୂଚନା ଦେବା ସହ ପରେ ମଧ୍ୟ ଫଳଘର ଶୂନ ।

କେନ୍ଦୁଝର ସହର ସହ ତୁରୁମୁଙ୍ଗା , ପାଟଣା , ଘଟଗାଁ, ଚମ୍ପୁଆ, ଯୋଡ଼ା, ବଡ଼ବିଲ, ଘସିପୁରା, ଆନନ୍ଦପୁର ଆଦି ଅଞ୍ଚଳରେ ବନ୍ଦର ପ୍ରଭାବ ବେଶ ଦେଖିବାକୁ ମିଳିଛି । ଆଜି ସକାଳୁ ବିଶ୍ଵହିନ୍ଦୁ ପରିଷଦର ନେତା ଓ ସଦସ୍ୟମାନେ ବିଭିନ୍ନ ଛକ ଓ ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ପିକେଟିଂ କରିଛନ୍ତି । ଜିଲ୍ଲାରେ ଯାନବାହାନ ଚଳାଚଳ ସଂପୂର୍ଣ୍ ବନ୍ଦ ରହିଛି । ଦୋକାନ, ବଜାର ବନ୍ଦ ରହିଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏ ଏହି ବନ୍ଦ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି