ଏନଏସି ଘୋଷଣା ଦାବିରେ ୧୨ ଘଣ୍ଟିଆ ଉଲୁଣ୍ଡା ବନ୍ଦ ଡାକରା

ସୋନପୁର (ବଡ଼ ଖବର ବ୍ୟୁରୋ): ଆଜି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ୧୨ ଘଣ୍ଟିଆ ବନ୍ଦ ଡାକରା। ସକାଳ ୬ ଟା ରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ବନ୍ଦ ରହିବ । ଉଲୁଣ୍ଡା ବ୍ଲକ ଅଞ୍ଚଳକୁ ଏନଏସି ଘୋଷଣା ଦାବିରେ ଏହି ବନ୍ଦ ପାଳନ କରାଯାଇଛି। ବିଗତ ସରକାର ଉଲୁଣ୍ଡାକୁ ଏନଏସି ଘୋଷଣା କରିଥିଲେ ମଧ୍ୟ ନୂତନ ସରକାର ଏହାକୁ ଘୋଷଣା କରିନାହାନ୍ତି । ଫଳରେ ସ୍ଥାନୀୟ ଅଞ୍ଚଳରେ ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି ।

ଏହାକୁ ନେଇ ଉଲୁଣ୍ଡା ଏନଏସି କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସର୍ବଦଳୀୟ ବୈଠକ କରି ଆଜି ବ୍ଲକକୁ ୧୨ ଘଣ୍ଟିଆ ବନ୍ଦ କରିଛନ୍ତି । ଏହି ବନ୍ଦ ପ୍ରଭାବରେ ଦୋକାନ ବଜାର, ସ୍କୁଲ କଲେଜ ଓ ଗାଡ଼ି ମଟର ସବୁ ବନ୍ଦ କିଛି ବନ୍ଦ ଥିବା ଦେଖାଯାଇଛି । କ୍ରିୟାନୁଷ୍ଠାନ କମିଟି ସଦସ୍ୟମାନେ ବିଭିନ୍ନ ସ୍ଲୋଗାନ ଦେଇ ପିକେଟିଂ କରି ରାଜରାସ୍ତାରେ ଆନ୍ଦୋଳନ କରୁଛନ୍ତି । ସୋନପୁର ସମ୍ବଲପୁର ରାସ୍ତା ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି । ଜରୁରୀ ସେବାକୁ ବାଦ ଦେଲେ ସବୁ କିଛି ବନ୍ଦ ହୋଇ ପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ