Masthead

ଚକଧର ଜଳ ପ୍ରକଳ୍ପକୁ ବିରୋଧ ଜାରି, ଆଜି ୧୨ ଘଣ୍ଟିଆ ତେଲକୋଇ ବନ୍ଦ

ତେଲକୋଇ (ବଡ଼ ଖବର ବ୍ୟୁରୋ): ୧୨ ଘଣ୍ଟିଆ ତେଲକୋଇ ବନ୍ଦ ଡାକରା । ଚକଧର ଜଳପ୍ରକଳ୍ପ ପାଇଁ ତେଲକୋଇ ଅଞ୍ଚଳରେ ବିରୋଧ ଜାରି । ପୁଣି ଥରେ ତେଲକୋଇ ବନ୍ଦ ଡାକରା ଦିଆଯାଇଛି । ଏହାସହିତ କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ସମ୍ମୁଖରେ ବିରୋଧ ପ୍ରଦର୍ଶନ କରାଯିବ ଏବଂ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯିବାର କାର୍ୟ୍ୟକ୍ରମ ରହିଛି । ଖବର ଅନୁଯାୟୀ, ଅଗଷ୍ଟ ୨୭ ତାରିଖରେ ତେଲକୋଇ ବିଶାଳ ରାଲି ସହିତ ଦୋକାନ ବଜାର ଗାଡ଼ି ଚଳାଚଳ ବନ୍ଦ ରହିଥିଲା ।

ଏହାପରେ ସେପ୍ଟେମ୍ବର ୧୨ ତାରିଖରେ ୪୯ ନମ୍ବର ଜାତୀୟ ରାଜପଥରେ ୧୨ ଘଣ୍ଟିଆ ବନ୍ଦ ଅବରୋଧ ହୋଇଥିଲା । ଆଉ ଏବେ ପୁଣି ଥରେ ତେଲକୋଇ ବଜାର ସହିତ ଜଗମୋହନପୁର ବଜାର ବନ୍ଦ ଡାକରା ଦିଆଯାଇଛି । ଦୋକାନ ବଜାର ସହ ସ୍କୁଲ କଲେଜ ସରକାରୀ-ବେସରକାରୀ ଅଫିସ ବନ୍ଦ ରହିଛି । ଗାଡି ଚଳାଚଳ ସଂପୂର୍ଣ୍ଣ ବନ୍ଦ ରହିଛି । ଚକଧର ଜଳ ପ୍ରକଳ୍ପ କାର୍ୟ୍ୟକାରୀ ହେଲେ ତେଲକୋଇର ବହୁ ଅଞ୍ଚଳ ଜଳମଗ୍ନ ହେବା ଆଶଙ୍କାରେ ଲୋକେ ବିରୋଧ ପ୍ରଦର୍ଶନ କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ