Masthead

ଝାରସୁଗୁଡ଼ା ପାଇଁ ଆଉ ୧୨ ପର୍ଯ୍ୟବେକ୍ଷକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପାଖେଇ ଆସୁଛି ଝାରସୁଗୁଡ଼ା ଉପନିର୍ବାଚନ । ସମଗ୍ର ନିର୍ବାଚନମଣ୍ଡଳୀ ପାଇଁ ୩ ଜଣ ପର୍ଯ୍ୟବେକ୍ଷକଙ୍କୁ ବିଜେଡି ଦାୟିତ୍ୱ ଦେଇଛି । ଏବେ ବ୍ଲକ ଓ ପୌରାଞ୍ଚଳ ପାଇଁ ଆଉ ୫ଜଣ ପର୍ଯ୍ୟବେକ୍ଷକଙ୍କ ଉପରେ ଦଳ ଭରସା କରିଛି । ପ୍ରତି ବ୍ଲକରେ ୨ଜଣ ଲେଖାଏଁ ପର୍ଯ୍ୟନବେକ୍ଷକ ଥିବାବେଳେ ଝାରସୁଗୁଡ଼ା ମୁନିସିପାଲିଟି ପାଇଁ ୪ଜଣ ପର୍ଯ୍ୟବେକ୍ଷକଙ୍କୁ ଦାୟିତ୍ୱ ଦିଆଯାଇଛି । କିରିମିରା ବ୍ଲକ ଦାୟିତ୍ୱରେ ଅଛନ୍ତି ଅତନୁ ସବ୍ୟସାଚୀ ନାୟକ ଓ ଟୁକୁନି ସାହୁ ।

ନିରଞ୍ଜନ ପୂଜାରୀ ଓ ସରୋଜ ମେହେରଙ୍କୁ ଦିଆଯାଇଛି କୋଲାବିରା ବ୍ଲକ ଦାୟିତ୍ୱ । ସେହି ଭଳି ପଦ୍ମନାଭ ବେହେରା ଓ ଅରୁଣ ସାହୁ ବୁଝିବେ ଝାରସୁଗୁଡ଼ା ବ୍ଲକ । ପ୍ରତାପ ଦେବ ଓ ଦିବ୍ୟଶଙ୍କର ମିଶ୍ରଙ୍କ ଦାୟିତ୍ୱରେ ଅଛିଲଇକେରା ବ୍ଲକ । ପ୍ରତାପ ଜେନା, ପୁଷ୍ପେନ୍ଦ୍ର ସିଂହଦେଓ, ସ୍ନେହାଙ୍ଗିନୀ ଛୁରିଆ ଓ ରିତା ସାହୁ ଝାରସୁଗୁଡ଼ା ମୁନିସିପାଲିଟି ଦାୟିତ୍ୱ ବୁଝିବେ । ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏହି ନିଯୁକ୍ତି ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି