Masthead

ମୋରମ ଖଣିରେ ଓଲଟିଲା ବସ: ୧୨ ମୃତ, ୧୫ରୁ ଅଧିକ ଆହତ

ତିଶଗଡ଼(ବଡ଼ ଖବର ବ୍ୟୁରୋ): ତିଶଗଡ଼ର ଦୁର୍ଗ ଜିଲ୍ଲାରେ ଘଟିଛି ଭୟଙ୍କର ଦୁର୍ଘଟଣା । କାମ ସାରି ଘରକୁ ଫେରୁଥିବା ବେଳେ ଖଣିକୁ ଖସିଲା ବସ ୧୨ ମୃତ । ଡିଷ୍ଟିଲେରି କମ୍ପାନୀ କର୍ମଚାରୀଙ୍କୁ ନେଇ ଯାଉଥିବା ଗୋଟିଏ ବସ୍ ମୋରମ ଖଣିରେ ଖସି ପଡିବାରୁ ଏଥିରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି । ଦୁର୍ଘଟଣାରେ ୧୫ରୁ ଅଧିକ ଲୋକ ଆହତ ହୋଇଥିବା ବେଳେ ସମସ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବସରେ ୩୫ରୁ ଅଧିକ କର୍ମଚାରୀ ଥିଲେ । ସେମାନେ କୁମ୍‌ହାରିରୁ ଭିଲାଇକୁ ଫେରୁଥିବା ବେଳେ ରାତି ପ୍ରାୟ ସାଢେ ୮ଟା ସମୟରେ ବସଟି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା ।

ଏ ସମ୍ପର୍କରେ ସୂଚନା ପାଇବା ମାତ୍ରେ ଏସଡିଆରଏଫ ଏବଂ ସ୍ଥାନୀୟ ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ ବୋଲି ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏପଟେ ଅତ୍ୟନ୍ତ ଦୁଃଖଦାୟକ ବୋଲି ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଲ୍ଲେଖ କରିଛନ୍ତି। ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି, ସେମାନଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ