ମୋରମ ଖଣିରେ ଓଲଟିଲା ବସ: ୧୨ ମୃତ, ୧୫ରୁ ଅଧିକ ଆହତ

ଛତିଶଗଡ଼(ବଡ଼ ଖବର ବ୍ୟୁରୋ): ଛତିଶଗଡ଼ର ଦୁର୍ଗ ଜିଲ୍ଲାରେ ଘଟିଛି ଭୟଙ୍କର ଦୁର୍ଘଟଣା । କାମ ସାରି ଘରକୁ ଫେରୁଥିବା ବେଳେ ଖଣିକୁ ଖସିଲା ବସ ୧୨ ମୃତ । ଡିଷ୍ଟିଲେରି କମ୍ପାନୀ କର୍ମଚାରୀଙ୍କୁ ନେଇ ଯାଉଥିବା ଗୋଟିଏ ବସ୍ ମୋରମ ଖଣିରେ ଖସି ପଡିବାରୁ ଏଥିରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି । ଦୁର୍ଘଟଣାରେ ୧୫ରୁ ଅଧିକ ଲୋକ ଆହତ ହୋଇଥିବା ବେଳେ ସମସ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବସରେ ୩୫ରୁ ଅଧିକ କର୍ମଚାରୀ ଥିଲେ । ସେମାନେ କୁମ୍‌ହାରିରୁ ଭିଲାଇକୁ ଫେରୁଥିବା ବେଳେ ରାତି ପ୍ରାୟ ସାଢେ ୮ଟା ସମୟରେ ବସଟି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା ।

ଏ ସମ୍ପର୍କରେ ସୂଚନା ପାଇବା ମାତ୍ରେ ଏସଡିଆରଏଫ ଏବଂ ସ୍ଥାନୀୟ ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ ବୋଲି ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏପଟେ ଅତ୍ୟନ୍ତ ଦୁଃଖଦାୟକ ବୋଲି ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଲ୍ଲେଖ କରିଛନ୍ତି। ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି, ସେମାନଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ