Masthead

ମୋରମ ଖଣିରେ ଓଲଟିଲା ବସ: ୧୨ ମୃତ, ୧୫ରୁ ଅଧିକ ଆହତ

ତିଶଗଡ଼(ବଡ଼ ଖବର ବ୍ୟୁରୋ): ତିଶଗଡ଼ର ଦୁର୍ଗ ଜିଲ୍ଲାରେ ଘଟିଛି ଭୟଙ୍କର ଦୁର୍ଘଟଣା । କାମ ସାରି ଘରକୁ ଫେରୁଥିବା ବେଳେ ଖଣିକୁ ଖସିଲା ବସ ୧୨ ମୃତ । ଡିଷ୍ଟିଲେରି କମ୍ପାନୀ କର୍ମଚାରୀଙ୍କୁ ନେଇ ଯାଉଥିବା ଗୋଟିଏ ବସ୍ ମୋରମ ଖଣିରେ ଖସି ପଡିବାରୁ ଏଥିରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି । ଦୁର୍ଘଟଣାରେ ୧୫ରୁ ଅଧିକ ଲୋକ ଆହତ ହୋଇଥିବା ବେଳେ ସମସ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବସରେ ୩୫ରୁ ଅଧିକ କର୍ମଚାରୀ ଥିଲେ । ସେମାନେ କୁମ୍‌ହାରିରୁ ଭିଲାଇକୁ ଫେରୁଥିବା ବେଳେ ରାତି ପ୍ରାୟ ସାଢେ ୮ଟା ସମୟରେ ବସଟି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା ।

ଏ ସମ୍ପର୍କରେ ସୂଚନା ପାଇବା ମାତ୍ରେ ଏସଡିଆରଏଫ ଏବଂ ସ୍ଥାନୀୟ ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ ବୋଲି ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏପଟେ ଅତ୍ୟନ୍ତ ଦୁଃଖଦାୟକ ବୋଲି ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଲ୍ଲେଖ କରିଛନ୍ତି। ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି, ସେମାନଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି