Masthead

ବଢ଼ୁଛି ଶୀତ, ଥରୁଛି ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବଢୁଛି ଶୀତ । ସୁବର୍ଣ୍ଣପୁର ଜିଲ୍ଲା ବିନିକାରେ ଜାଡ଼ ସାଙ୍ଗକୁ ଘନ କୁହୁଡିର ଆସ୍ତରଣରେ ଢାଙ୍କି ହୋଇଯାଇଛି ରାସ୍ତାଘାଟ ଓ ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଅଧିକ ଶୀତ ଅନୁଭୂତ ହେବ। ରବିବାର ରାତିରେ ଫୁଲବାଣୀ ଓ ଝାରସୁଗୁଡ଼ାରେ ପାରଦ ୧୦ ଡିଗ୍ରୀ ରହିବ। ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କନ୍ଧମାଳରେ ଶୀତ ଲହରୀ ବହିପାରେ । ପାଣିପାଗ ବିଭାଗ ଶୀତକୁ ନେଇ ଏହି ପୂର୍ବାନୁମାନ କରିଛି । ଆକଳନ ଅନୁସାରେ, ସୁନ୍ଦରଗଡ଼, ରାଉରକେଲା, ସମ୍ବଲପୁର, ଢେଙ୍କାନାଳ, ଅନୁଗୁଳ, ଭବାନୀପାଟଣା, କୋରାପୁଟ, ରାୟଗଡ଼ା, ନବରଙ୍ଗପୁରରେ ରାତି ତାପମାତ୍ରା ଖସିବା ସହ ଥଣ୍ଡା ଅନୁଭବ ହେବ ।

ଭୁବନେଶ୍ୱର ଓ କଟକରେ ପାରଦ ୧୪ ଡିଗ୍ରୀ ରହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ସେମିଳିଗୁଡ଼ା ସବୁଠୁ ଥଣ୍ଡା ଅଞ୍ଚଳ ପାଲଟିଛି । ଏଠାରେ ପାରଦ ୬.୫ ଡିଗ୍ରୀକୁ ଖସିଥିଲା । ଦାରିଙ୍ଗବାଡ଼ି ଓ ଜି ଉଦୟଗିରିରେ ୮ ଡିଗ୍ରୀ, ଫୁଲବାଣୀରେ ୯.୫ ଡିଗ୍ରୀ, ରାଉରକେଲାରେ ୧୦.୨ ଡିଗ୍ରୀ, ଝାରସୁଗୁଡ଼ାରେ ୧୦.୩ ଡିଗ୍ରୀ, ଅନୁଗୁଳରେ ୧୦.୬, ଚିପିଲିମାରେ ୧୦.୮, କିରେଇ ଓ କୋରାପୁଟରେ ୧୧.୩, ଭବାନୀପାଟଣାରେ ୧୧.୫ ଓ କେନ୍ଦୁଝରରେ ରାତି ତାପମାତ୍ରା ୧୧.୬ ଡିଗ୍ରୀ ରେକର୍ଡ ହୋଇଛି । ମୋଟ ୧୦ଟି ସହରରେ ପାରଦ ୧୨ ଡିଗ୍ରୀ ତଳକୁ ଖସିଥିଲା । ଉପକୂଳ ଓଡ଼ିଶାର ବହୁ ସ୍ଥାନରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରୀ କମ୍ ରହିଥିଲା । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ୱାଭାବିକଠାରୁ ୩ରୁ ୬ ଡିଗ୍ରୀ ଖସିଛି । ଭୁବନେଶ୍ୱରରେ ସ୍ୱାଭାବିକଠାରୁ ୪.୮ ଡିଗ୍ରୀ କମ୍ ରହିଥିଲା । କଟକରେ ସ୍ୱାଭାବିକଠାରୁ ୪.୩ ଡିଗ୍ରୀ କମ୍ ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ