Masthead

ଆଜି ନୂଆଁଖାଇ, ଉତ୍ସବମୁଖର ପଶ୍ଚିମ ଓଡ଼ିଶା

ସମ୍ବଲପୁର(ବଡ଼ ଖବର ବ୍ୟୁରୋ):ଆଜି ନୂଆଁଖାଇ । ଏତିପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା । କୃଷି ଭିତ୍ତିକ ପର୍ବ ନୂୂଆଁଖାଇ ପାଇଁ ପୂର୍ବରୁ ସମସ୍ତ ପ୍ରସ୍ତୁତି ବି ଶେଷ ହୋଇଛି । ଘରେ ଘରେ ପରିବାର ପରିଜନଙ୍କ ସହ ଏକାଠି ହୋଇଛନ୍ତି ସମସ୍ତେ । ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥୀରେ ପାଳନ କରାଯାଏ ନୂଆଁଖାଇ । ସମ୍ପୂର୍ଣ୍ଣ ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ । ମାଁ ସମଲେଶ୍ବରୀଙ୍କ ଠାରେ ପ୍ରଥମେ ନବାନ୍ନ ଲାଗି ହେବା ପରେ। ଘରେ ଘରେ ନିଜ ଇଷ୍ଟଦେବୀଙ୍କ ପାଖରେ ମଧ୍ୟ ନବାନ୍ନ ଲାଗି କରିଥାନ୍ତି।

ସେପଟେ ଚାଷୀ ନିଜ ଖେତକୁ ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ଖେତରୁ ଆସି ଘରେ ପୂଜା କରିବା ପରେ ଘରର ବୈଜଷ୍ଠ ବ୍ୟକ୍ତିଙ୍କ ଠାରୁ ନେଇ ନୂଆଁ ଧାନରେ ପ୍ରସ୍ତୁତ ନବାନ୍ନ ଭୋଗକୁ ଖାଇଥାନ୍ତି ସମସ୍ତେ। ଏହା ପରେ ସମସ୍ତେ ଜୁହାର ଭେଟ ହେବାର ରହିଥାଏ କାର୍ୟ୍ୟକ୍ରମ। ତା ସହ ଘରେ ଘରେ ନାନା ପ୍ରକାରର ସ୍ବାଦିଷ୍ଟ ବ୍ୟଞ୍ଜନ ରନ୍ଧା ହୋଇଥିବା ବେଳେ ପରିବାର ସଭିଏଁ ଏକାଠି ବସି ଖାଇଥାନ୍ତି।

ଯାହା କି ଏକ ନିଆରା ପରମ୍ପରା ରହିଆସିଛି। ଖାଇବା ପରେ ଗାଁ ରେ ହଉ କି ସହରରେ ସମସ୍ତେ ସମସ୍ତଙ୍କୁ ନୂଆଁଖାଇ ଜୁହାର ଜଣାଇବା ସହ ଜମିଥାଏ ସାଂସ୍କୃତିକ କାର୍ୟ୍ୟକ୍ରମ। ହେଲେ କରୋନା ଗାଇଡ ଲାଇନ ଅନୁଯାଇ ନୂଆଁଖାଇକୁ ସାଂସ୍କୃତିକ କାର୍ୟ୍ୟକ୍ରମ ବାରଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ