Masthead

ମର୍ଣ୍ଣିଂୱାକ୍ ବେଳେ ସାମ୍ବାଦିକଙ୍କୁ ଆକ୍ରମଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ମର୍ଣ୍ଣିଂୱାକ କରୁଥିବା ବେଳେ ସାମ୍ବାଦିକଙ୍କ ଉପରକୁ ଆକ୍ରମଣ ହୋଇଛି । ସ୍କୁଟିରେ ଆସି ସାମ୍ବାଦିକଙ୍କଠୁ ମୋବାଇଲ ଛଡେଇ ନେଇଗଲେ ଲୁଟେରା । ତେବେ ରାଜଧାନୀର ଡେଲଟା ଛକରେ ଘଟିଛି ଏଭଳି ଘଟଣା । ସମୟର ବରିଷ୍ଠ ସାମ୍ବାଦିକ ସତ୍ୟ ସୁନ୍ଦର ଭଞ୍ଜ ସକାଳୁ ମର୍ଣ୍ଣିଂୱାକ କରୁଥିବା ସମୟରେ ତାଙ୍କ ଠାରୁ ମୋବାଇଲ ଛଡେଇ ନେଇଯାଇଥିଲେ ୨ ଲୁଟେରା । ତାଙ୍କୁ ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ପରେ ପୋଲିସ ଘଟାଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

ସୂଚନା ଆନୁଯାୟୀ, ସାମ୍ବାଦିକ ଜଣକ ମର୍ଣ୍ଣିଂୱାକ କରୁଥିବା ସମୟରେ ୨ ଲୁଟେରା ଆସି ତାଙ୍କଠୁ ମୋବାଇଲ ଛଡେଇବା ପାଇଁ ଉଦ୍ୟମ କରିଥିଲେ । ତେବେ ସତ୍ୟ ସୁନ୍ଦର ବିରୋଧ କରିବାରୁ ତାଙ୍କୁ ଲୁହା ରଡରେ ଆକ୍ରମଣ କରି ଲହୁଲୁହାଣ କରିଦେଇଥିଲେ ।ପରେ ଘଟଣାସ୍ଥଳରୁ ମୋବାଇଲ ନେଇ ଫେରାର ହୋଇଯାଇଥିଲେ । ଏହା ପରେ ତାଙ୍କୁ ଲୋକ ଉଦ୍ଧାର କରି କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରିଥିଲେ । ଖବର ପାଇ କମିଶନରେଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ