Masthead

ରାଜ୍ୟର ନୂଆ ମୁଖ୍ୟ ସୂଚନା କମିଶନର ଜଳଦ ତ୍ରିପାଠୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):   ତାମିଲନାଡୁର ପୂର୍ବତନ ଡିଜି ତଥା ୧୯୮୫ ବ୍ୟାଚର ଅବସରପ୍ରାପ୍ତ ଆଇପିଏସ୍ ଜଳଦ ତ୍ରିପାଠୀ ହେଲେ ରାଜ୍ୟର ମୁଖ୍ୟ ସୂଚନା କମିଶନ । ତାଙ୍କୁ ନିଯୁକ୍ତି ଦେଲେ ରାଜ୍ୟପାଳ ଫ୍ରଫେସର ଗଣେସୀଲାଲ । ରାଜ୍ୟ ମୁଖ୍ୟ ସୂଚନା କମିଶନର ସୁନୀଲ କୁମାର ମିଶ୍ରଙ୍କ ଅବସର ପରେ ପଦବୀ ଖାଲି ଥିଲା । ତେବେ ରାଜ୍ୟ ମୁଖ୍ୟ ସୂଚନା କମିଶନର ପଦବୀ ପାଇଁ ରାଜ୍ୟ ସରକାର ୩ ଜଣ ବରିଷ୍ଠ ଅଧିକାରୀଙ୍କ ନାଁକୁ ସର୍ଟଲିଷ୍ଟରେ ରଖିଥିଲେ । ତାମିଲନାଡୁର ପୂର୍ବତନ ପୋଲିସ ଡିଜି ଜଳଦ କୁମାର ତ୍ରିପାଠୀ, ରାଜ୍ୟର ପୂର୍ବତନ ପିସିସିଏଫ ସନ୍ଦୀପ ତ୍ରିପାଠୀ ଓ ଆଇପିଏସ୍ ଏମ.ଅକ୍ଷୟଙ୍କ ନାଁକୁ ସର୍ଟଲିଷ୍ଟ କରାଯାଇଥିଲା । ପରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମୋଡରେ ଅନୁଷ୍ଠିତ ଚୟନ କମିଟି ବୈଠକରେ ଜଳଦ କୁମାରଙ୍କ ନାଂରେ ମୋହର ବାଜିଥିଲେ ।

ତେବେ ତାମିଲନାଡୁ କ୍ୟାଡରର ଓଡିଆ ଆଇପିଏସ ଶ୍ରୀ ତ୍ରିପାଠୀ ୨୦୨୧ ରେ ପୋଲିସ ଡିଜି ପଦବୀରୁ ଅବସର ନେଇଥିଲେ । ସେ ଚେନ୍ନାଇ ପୋଲିସ କମିଶନର ଭାବେ ମଧ୍ୟ ଉଲ୍ଲେଖନୀୟ କାର୍ଯ୍ୟ କରିଥିଲେ । ୨୦୦୮ ମସିହାରେ ସେ ପ୍ରଥମେ ପୋଲିସ ଭାବେ ପବ୍ଲିକ ଆଡମନିିଷ୍ଟ୍ରେସନରେ ଉଲ୍ଲେଖନୀୟ ସେବା ପାଇଁ ପ୍ରଧାନମନ୍ତ୍ରୀ ଆୱାର୍ଡ ରେ ସମ୍ମାନିତ ହୋଇଥିଲେ । ସୂଚନା ଅନୁଯାୟୀ, ୨୦୨୧ ଅଗଷ୍ଟ ୧୫ରୁ ମୁଖ୍ୟ ସୂଚନା କମିଶନର ସୁନୀଲ କୁମାର ମିଶ୍ରଙ୍କ ଅବସର ପରେ ବାଳକୃଷ୍ଣ ମହାପାତ୍ର ଏବେ ଆସ୍ଥୟୀ ଭାବେ ଦାୟୀତ୍ୱ ତୁଲାଉଥିଲେ । ହେଲେ ଆଜି ନୂଆ ସୂଚନା କମିଶନର ଭାବେ ଜଳଦ ତ୍ରିପାଠୀ ନିଯୁକ୍ତି ପାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ