Masthead

୧୩ ହାଇକୋର୍ଟରେ ନୂଆ ବିଚାରପତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) : ଦେଶର ୧୩ଟି ରାଜ୍ୟର ହାଇକୋର୍ଟରେ ନୂଆ ମୁଖ୍ୟ ବିଚାରପତି ନିଯୁକ୍ତ ହେବେ । ଏ ସଂକ୍ରାନ୍ତରେ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୮ଟି ହାଇକୋର୍ଟରେ ନୂତନ ମୁଖ୍ୟ ବିଚାରପତିଙ୍କୁ ନିଯୁକ୍ତି ଦିଆଯାଇଥିବାବେଳେ ଅନ୍ୟ ୫ଟି ରାଜ୍ୟର ଉଚ୍ଚ ନ୍ୟାୟାଳୟରେ ବିଚାରପତି ବଦଳିକୁ ରାଷ୍ଟ୍ରପତି ମଞ୍ଜୁରି ଦେଇଛନ୍ତି ।

କଲିକତା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ରାଜେଶ ବିନ୍ଦାଲଙ୍କୁ ଆହ୍ଲାବାଦ ହାଇକୋର୍ଟର ମୁଖ୍ୟ ବିଚାରପତି, ମେଘାଳୟର ବିଚାରପତି ରଣଜିତ ଭି. ମୋରେଙ୍କୁ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି, କର୍ଣ୍ଣାଟକ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ସତୀଶ ଚନ୍ଦ୍ର ଶର୍ମାଙ୍କୁ ତେଲଙ୍ଗାନା ହାଇକୋର୍ଟର ମୁଖ୍ୟ ବିଚାରପତି, ମଧ୍ୟପ୍ରଦେଶର ଜଷ୍ଟିସ ପ୍ରକାଶ ଶ୍ରୀବାସ୍ତବଙ୍କୁ କଲିକତା ହାଇକୋର୍ଟର ମୁଖ୍ୟ ବିଚାରପତି, ହିମାଚଳ ପ୍ରଦେଶର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଆର୍‌.ଭି. ମାଲିମଥଙ୍କୁ ମଧ୍ୟପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି, ଆହ୍ଲାବାଦ ହାଇକୋର୍ଟର ବିଚାରପତି ରିତୁ ରାଜ ଅୱସ୍ତିଙ୍କୁ କର୍ଣ୍ଣାଟକ ହାଇକୋର୍ଟର ମୁଖ୍ୟ ବିଚାରପତି, କର୍ଣ୍ଣାଟକ ହାଇକୋର୍ଟର ଜଷ୍ଟିସ ଅରବିନ୍ଦ କୁମାରଙ୍କୁ ଗୁଜରାଟ ହାଇକୋର୍ଟର ମୁଖ୍ୟ ବିଚାରପତି, ଛତିଗଡ ହାଇକୋର୍ଟ଼ର ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ରଙ୍କୁ ଆନ୍ଧ୍ରପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତି କରାଯାଇଛି ।

ସେହିପରି ୫ଟି ରାଜ୍ୟର ଉଚ୍ଚନ୍ୟାଳୟରେ କାର୍ୟ୍ୟରତ ମୁଖ୍ୟ ବିଚାରପତିଙ୍କୁ ଅନ୍ୟତ୍ର ଭାବେ ବଦଳି କରାଯାଇଛି । ତ୍ରିପୁରା ହାଇକୋର୍ଟର ବିଚାରପତି ଏ.ଏ. କୁରେଶିଙ୍କୁ ରାଜସ୍ଥାନ, ରାଜସ୍ଥାନର ଜଷ୍ଟିସ ଇନ୍ଦ୍ରଜିତ ମହାନ୍ତିଙ୍କୁ ତ୍ରିପୁରା, ମଧ୍ୟପ୍ରଦେଶର ଜଷ୍ଟିସ୍‌ ମହମ୍ମଦ ରଫିକ୍‌ଙ୍କୁ ହିମାଚଳପ୍ରଦେଶ, ମେଘାଳୟର ଜଷ୍ଟିସ୍‌ ବିଶ୍ୱନାଥ ସୋମାଦ୍ଦରଙ୍କୁ ସିକ୍କିମ ଏବଂ ଆନ୍ଧ୍ରପ୍ରଦେଶର ଜଷ୍ଟିସ୍‌ ଏ.କେ. ଗୋସ୍ୱାମୀଙ୍କୁ ଛତିଶଗଡ଼ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି କରାଯାଇଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି