Masthead

୨୪ ଘଣ୍ଟାରେ ୧୩୭୯ ପଜିଟିଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ହୁ ହୁ ହୋଇ ମାଡ଼ି ଚାଲିଛି କରୋନା । ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନା ସକ୍ରମିତଙ୍କ ସଂଖ୍ୟା । ଗୋଟିଏ ଦିନରେ ରାଜ୍ୟରୁ ଚିହ୍ନଟ ହେଲେ ୧୩୭୯କରୋନା ଆକ୍ରାନ୍ତ । ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରୁ ୧୩୭୯ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ୨୮ ଜିଲ୍ଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡରୁ ସର୍ବାଧିକ ୩୧୭ ଓ ଖୋର୍ଦ୍ଧାରୁ ୧୫୮ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ୧୫୮ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ା ଜିଲ୍ଲାରୁ ୯୦ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୨୭ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୩, ବରଗଡ଼ରୁ ୬୮, ଭଦ୍ରକରୁ ୩୬, ବଲାଙ୍ଗିରରୁ ୫୪, ବୌଦ୍ଧରୁ ଜଣେ, କଟକରୁ ୫୬, ଦେବଗଡ଼ରୁ ୪, ଢେଙ୍କାନାଳରୁ ୪, ଗଜପତିରୁ ୩, ଗଞ୍ଜାମରୁ ୩୧, ଜଗତସିଂହପୁରରୁ ୬, ଯାଜପୁରରୁ ୧୯, ଝାରସୁଗୁଡ଼ାରୁ ୪୨, କଳାହାଣ୍ଡିରୁ ୩୦, କନ୍ଧମାଳରୁ ୧୦, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୩୦, କୋରାପୁଟରୁ ୯, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୪୯, ନବରଙ୍ଗପୁରରୁ ୭୧, ନୟାଗଡ଼ରୁ ୧୮, ପୁରୀରୁ ୪୩, ରାୟଗଡ଼ାରୁ ୨୫, ସମ୍ବଲପୁରରୁ ୮୬ ଓ ସୋନପୁର ଜିଲ୍ଲାରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ଷ୍ଟେଟ୍ ପୁଲରୁ ୩୫ ଜଣ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୧୩୭୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ପଜିଟିଭଙ୍କ ମଧ୍ୟରୁ ସଙ୍ଗରୋଧରୁ ୮୦୮, ସ୍ଥାନୀୟ ୫୭୧ଜଣ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମୋଟ ପଜିଟିଭ ସଂଖ୍ୟା ୩,୪୯,୫୬୧କୁ ବୃଦ୍ଧି ପାଇଛି। ଏହାସହିତ ୩,୩୯,୬୦୩ ସୁସ୍ଥ ହୋଇଥିବା ବେଳେ ୭୯୭୯ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା