Masthead

ସିକ୍କିମ ବନ୍ୟାରେ ଗଲାଣି ୧୪ ଜୀବନ,୧୦୨ ନିଖୋଜ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସିକିମରେ ବାଦଲଫଟା ବର୍ଷା ଯୋଗୁ ଫ୍ଲାସଫ୍ଲଡ ହୋଇ ଗଲାଣି ୧୪ ଜୀବନ । ସେନାର ୨୩ ଯବାନ ନିଖୋଜ ହୋଇ ଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣଙ୍କୁ ଉଦ୍ଧାର କରାଯାଇଛି। ସେନାର ୨୨ ଯବାନଙ୍କ ସମେତ ସମୁଦାୟ ୧୦୨ ଜଣ ଏହି ପ୍ରବଳ ବନ୍ୟାରେ ନିଖୋଜ ଥିବା ଜଣାଯାଇଛି। ଏନେଇ ସେନା ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କୁ ଖୋଜିବାକୁ ତୀସ୍ତା ନଦୀରୁ ପଶ୍ଚିମବଙ୍ଗ ପର୍ଯ୍ୟନ୍ତ ସର୍ଚ୍ଚ ଅପରେସନ ଜାରି ରହିଛି। ସିକିମରେ ହୋଇଥିବା ବାଦଲଫଟା ବର୍ଷା ଯୋଗୁ ମଙ୍ଗନ, ଗ୍ୟାଙ୍ଗଟକ, ପାକଯୋଙ୍ଗ, ନାମଚୀ ଜିଲ୍ଲାରେ ବହୁ କ୍ଷତି ଘଟିଛି। ଏହି ସମୟରେ ଉତ୍ତର ସିକିମର ଲୋନିକ ହ୍ରଦରେ ଜଳସ୍ତର ୧୫ ମିଟର ପର୍ଯ୍ୟନ୍ତ ଉଠି ଯାଇଥିଲା। ପାଣିର ସ୍ରୋତ ବଢ଼ିବାରୁ ଫ୍ଲାସଫ୍ଲଡ ହୋଇ ବହୁ ସେନା ପ୍ରତିଷ୍ଠାନ, ଯାନବାହନ ଭାସି ଯାଇଛି। ସିକିମରେ ଆସିଥିବା ପ୍ରଳୟଙ୍କାରୀ ବନ୍ୟା ଯୋଗୁ ପ୍ରାୟ ୩ ହଜାର ପର୍ଯ୍ୟଟକ ରାଜ୍ୟରେ ଫସି ରହିଥିବା ରାଜ୍ୟର ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’