Masthead

ଗାଈକୁ ବଞ୍ଚାଇବାକୁ ଯାଇ ଚାଲିଗଲା ୧୪ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ(ବଡ଼ ଖବର ବ୍ୟୁରୋ) : ଗାଈକୁ ବଞ୍ଚାଇବାକୁ ଯାଇ ଚାଲିଗଲା ୧୪ ଜଣଙ୍କ ଜୀବନ। ଉତ୍ତରପ୍ରଦେଶର ବାରବାଙ୍କିରେ ଆଜି  ଘଟିଛି ଭୟଙ୍କର ଦୁର୍ଘଟଣା । ଗୋଟିଏ ଯାତ୍ରାବାହୀ ବସ୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୪ ଜଣଙ୍କ ଜୀବନ ଯାଇଛି। ଏଥିରେ ୩୦ ଜଣ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି। ତେବେ ମୃତାହତଙ୍କ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି। ରାସ୍ତାରେ ଠିଆ ହୋଇଥିବା ଗାଈମାନଙ୍କୁ ବଞ୍ଚାଇବାକୁ ଯାଇ ଏପରି ଦୁର୍ଘଟଣା ଘଟିଥିବା ସ୍ଥାନୀୟ ଲୋକେ କହିଛନ୍ତି। ତେବେ ଏହି ଦୁର୍ଘଟଣାରେ ଉଭୟ ବସ୍ ଓ ଟ୍ରକ୍‌ର ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି।

ସୂଚନାନୁଯାୟୀ, ଗୋଟିଏ ଯାତ୍ରୀବାହୀ ଭଲବୋ ବସ୍‌ ଓ ବାଲି ବୋଝେଇ ଟ୍ରକ୍‌ ପରସ୍ପରକୁ ମୁହାଁମୁହିଁ ଧକ୍କା ଦେଇଛନ୍ତି। ବାଲି ବୋଝେଇ ଟ୍ରକ୍‌ଟି ଭୁଲ ରାସ୍ତାରେ ଆସୁଥିଲା। ‌ଏଥିସହ ରାସ୍ତାରେ କିଛି ବୁଲା ଗାଈ ଠିଆ ହୋଇଥିଲେ। ଯାତ୍ରୀବାହୀ ବସ୍‌ଟି ବୁଲା ଗାଈଙ୍କୁ ରକ୍ଷା କରିବା ପାଇଁ ଚେଷ୍ଟା କରୁଥିବା ବେଳେ ହଠାତ୍‌ ସାମ୍ନାକୁ ପଟୁ ଦ୍ରୁତଗତିରେ ଆସୁଥିବା ଟ୍ରକ ସହ ଧକ୍କା ହୋଇଥିଲା। ଫଳରେ ଘଟଣା ସ୍ଥଳରେ ହିଁ ୯ ଜଣଙ୍କ ମୃତ୍ୟୁ ଘଟିଥିଲା। ଆହତଙ୍କୁ ହସ୍ପିଟାଲ ନିଆଯାଇଥିଲେ ହେଁ ସେଠାରେ ଆଉ ୫ ଜଣଙ୍କ ଜୀବନ ଯାଇଛି। ଦୁର୍ଘଟଣା ପରେ ଟ୍ରକ୍‌ ଡ୍ରାଇଭର ଫେରାର ହୋଇ ଯାଇଛନ୍ତି। ଟ୍ରକ୍‌ଟି ଦିଲ୍ଲୀରୁ ବହରାଇଚ୍‌ ଯାଉଥିବା ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା