Masthead

ସମ୍ବଲପୁରରେ ପୋଲିସ ଛାଉଣୀ, ୧୪୪ ଲାଗୁ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଲେ ଉତ୍ତେଜନା । ୫ଟି ଥାନା ଅଞ୍ଚଳରେ ୧୪୪ ଧାରା ଲାଗୁ କରାଯାଇଛି । ସମ୍ବଲପୁରରେ ପୋଲିସ ଛାଉଣୀ ହୋଇଛି । ପଥରମାଡ଼ରେ ୧୦ ପୋଲିସଙ୍କ ସମେତ ୫୦ ରୁ ଅଧିକ ହନୁମାନ ଜୟନ୍ତୀ ସମନ୍ୱୟ ସମିତିର କର୍ମକର୍ତ୍ତା ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ସମ୍ବଲପୁର ଅତିରିକ୍ତ ଏସିପି ଓ ଧନୁପାଲ୍ଲୀ ଆଇଆଇସି ଅଛନ୍ତି ।

ଶୁକ୍ରବାର ହନୁମାନ ଜୟନ୍ତୀ ପାଳନ ହେବାକୁ ଥିବା ବେଳେ ଏହା ପୂର୍ବରୁ ସମ୍ବଲପୁର ଧନୁପାଲି ଡଛକରୁ ରାଲି ବାହାରିଥିଲା । ରାଲି ଯିବାବେଳେ ଦୁଇଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ପରେ ଉତ୍ତେଜନା ଦେଖାଦେଇଥିଲା । ପୋଲିସ ଉପରକୁ ପଥରମାଡ଼ ମଧ୍ୟ ହୋଇଛି । ଉତ୍ୟକ୍ତ ଲୋକେ ବ୍ୟାପକ ପୋଡାଜଳା ଓ ଭଙ୍ଗାରୁଜା କରିଛନ୍ତି । ଦୋକାନ, କାର ଓ ବାଇକ ଜାଳି ଦେଇଛନ୍ତି ଲୋକେ । ଏହାକୁ ନେଇ ସମ୍ବଲପୁରରେ ଉତ୍ତେଜନା ପ୍ରକାଶ ପାଇଛି । ୫ ଥାନା ଅଞ୍ଚଳରେ ଆଲର୍ଟ ଜାରି କରାଯାଇଛି । ସହରରେ ଏବେ ୧୫ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ