Masthead

କୁଖ୍ୟାତ ଗ୍ୟାଙ୍ଗଷ୍ଟର ମୁଖତାର ଅନସାରୀଙ୍କ ମୃତ୍ୟୁ, ସାରା ରାଜ୍ୟରେ ୧୪୪ ଧାରା ଜାରି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଖି ବୁଜିଲା କୁଖ୍ୟାତ ଗ୍ୟାଙ୍ଗଷ୍ଟର ମୁଖତାର ଅନସାରୀ । ଗ୍ୟାଙ୍ଗଷ୍ଟରରୁ ରାଜନେତା ବନିଥିବା ଉତ୍ତର ପ୍ରଦେଶର ମୁକ୍ତାର ଅନସାରୀଙ୍କ ମୃତ୍ୟୁ ଘଟିଛି। ଏକାଧିକ ଅପରାଧିକ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଉତ୍ତର ପ୍ରଦେଶର ବାନ୍ଦା ଜେଲରେ ଥିବା ମାଫିଆ ମୁଖତାର ଅନସାରୀ ହଠାତ ଅସୁସ୍ଥ ହୋଇପଡିଥିଲା । ସେ ହୃଦଘାତର ଶିକାର ହୋଇଥିବା ଜଣାପଡିବା ପରେ ତାକୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

ହେଲେ ବାନ୍ଦା ହସ୍ପିଟାଲରେ ତାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାପଡିଛି । କଡା ସୁରକ୍ଷା ମଧ୍ୟରେ ବୃନ୍ଦା ଜିଲ୍ଲା ସ୍ଥିତ ରାନୀ ଦୁର୍ଗାବତୀ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା । ପୋଲିସ ଉପସ୍ଥିତିରେ ତାକୁ ଡାକ୍ତରୀ ଟିମ ଚିକିତ୍ସା କରିଥିଲେ । ହେଲେ ସେ ପ୍ରାଣ ହରାଇଥିବା ହସ୍ପିଟାଲ କର୍ତ୍ତୃପକ୍ଷ ସ୍ପଷ୍ଟ କରିଛନ୍ତି । ମୁଖତାର ଆନସାରୀଙ୍କ ମୃତ୍ୟୁକୁ ନେଇ ଉତରପ୍ରଦେଶରରେ ଉତ୍ତେଜନା । ପରିସ୍ଥିତିକୁ ଦୃଷ୍ଟିରେ ରଖି ସାରା ରାଜ୍ୟରେ ୧୪୪ ଧାରା ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ