Masthead

ଟ୍ୱିନସିଟିରେ ୧୪୪

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  କରୋନା ମହାମାରୀର ପ୍ରଭାବ ବିଶ୍ୱରେ ରହିଥିବା ବେଳେ ଆଉ ଏକ ଷ୍ଟ୍ରେନ ବିଶ୍ୱ ଦରବାରରେ ଆସି ପହଞ୍ଚିଛି । ଏଥିରୁ ରକ୍ଷା ପାଇବାପାଇଁ ସରକାରଙ୍କ ତରଫରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । ନୂଆବର୍ଷ ପାଇଁ କଡ଼ା ନିୟମ ଲାଗୁ କରାଯାଇଛି । ବ୍ରିଟେନରୁ ଚିହ୍ନଟ ହୋଇଥିବା କରୋନାର ନୂଆ ଷ୍ଟ୍ରେନ ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ଆଜି ରାତି ୧୦ଟାରୁ କାଲି ସକାଳ ୫ଟା ଯାଏଁ ନାଇଟ କର୍ଫ୍ୟୁ ଲାଗୁ କରିଛନ୍ତି। ଏହା ସହ ଟ୍ୱିନସିଟିରେ ୧୪୪ଧାରା ଜାରି ହେବ । ଏନେଇ ସୂଚନା ଦେଇଛନ୍ତି ପୁଲିସ କମିସନର ଡକ୍ଟର ସୁଧାଂଶୁ ଷଡ଼ଙ୍ଗୀ । ଏହା ସହ ଲୋକଙ୍କୁ ସତର୍କ ରହିବା ପାଇଁ ମଧ୍ୟ କୁହାଯାଇଛି । ସବୁ ଥାନା ଅଞ୍ଚଳରେ ପାଟ୍ରୋଲିଂ କରିବା ପାଇଁ ୪୦ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବା ସହ ଅତ୍ୟାବଶ୍ୟକୀୟ ସେବା ଜାରି ରହିବ।

ହୋଟେଲ, ଦୋକାନ ଓ ବାରଗୁଡ଼ିକ ରାତି ୯ପୂର୍ବରୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଅମାନିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଜରିମାନା ଆଦାୟ କରାଯିବ। ଏହାସହ ରାତି ୯ ପରେ ଘରୁ ନବାହାରିବା ସହ ଅଯଥା ଗହଳି ନକରି ଭୋଜିର ଆୟୋଜନ କରନ୍ତୁ ନାହିଁ ବୋଲି ମଧ୍ୟ ଅନୁରୋଧ କରାଯାଇଛି ।

ତେବେ କର୍ଫ୍ୟୁ ସମୟରେ ଜରୁରୀକାଳୀନ ସେବା ଓ ଯାତାୟତକୁ ଅନୁମତି ମିଳିବ । ରାଜ୍ୟ ସରକାର ଏହି ନାଇଟ କର୍ଫ୍ୟୁରେ ସହଯୋଗ କରିବାକୁ ଲୋକଙ୍କୁ ନିବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି