Masthead

ଟ୍ୱିନସିଟିରେ ୧୪୪

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  କରୋନା ମହାମାରୀର ପ୍ରଭାବ ବିଶ୍ୱରେ ରହିଥିବା ବେଳେ ଆଉ ଏକ ଷ୍ଟ୍ରେନ ବିଶ୍ୱ ଦରବାରରେ ଆସି ପହଞ୍ଚିଛି । ଏଥିରୁ ରକ୍ଷା ପାଇବାପାଇଁ ସରକାରଙ୍କ ତରଫରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । ନୂଆବର୍ଷ ପାଇଁ କଡ଼ା ନିୟମ ଲାଗୁ କରାଯାଇଛି । ବ୍ରିଟେନରୁ ଚିହ୍ନଟ ହୋଇଥିବା କରୋନାର ନୂଆ ଷ୍ଟ୍ରେନ ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ଆଜି ରାତି ୧୦ଟାରୁ କାଲି ସକାଳ ୫ଟା ଯାଏଁ ନାଇଟ କର୍ଫ୍ୟୁ ଲାଗୁ କରିଛନ୍ତି। ଏହା ସହ ଟ୍ୱିନସିଟିରେ ୧୪୪ଧାରା ଜାରି ହେବ । ଏନେଇ ସୂଚନା ଦେଇଛନ୍ତି ପୁଲିସ କମିସନର ଡକ୍ଟର ସୁଧାଂଶୁ ଷଡ଼ଙ୍ଗୀ । ଏହା ସହ ଲୋକଙ୍କୁ ସତର୍କ ରହିବା ପାଇଁ ମଧ୍ୟ କୁହାଯାଇଛି । ସବୁ ଥାନା ଅଞ୍ଚଳରେ ପାଟ୍ରୋଲିଂ କରିବା ପାଇଁ ୪୦ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବା ସହ ଅତ୍ୟାବଶ୍ୟକୀୟ ସେବା ଜାରି ରହିବ।

ହୋଟେଲ, ଦୋକାନ ଓ ବାରଗୁଡ଼ିକ ରାତି ୯ପୂର୍ବରୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଅମାନିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଜରିମାନା ଆଦାୟ କରାଯିବ। ଏହାସହ ରାତି ୯ ପରେ ଘରୁ ନବାହାରିବା ସହ ଅଯଥା ଗହଳି ନକରି ଭୋଜିର ଆୟୋଜନ କରନ୍ତୁ ନାହିଁ ବୋଲି ମଧ୍ୟ ଅନୁରୋଧ କରାଯାଇଛି ।

ତେବେ କର୍ଫ୍ୟୁ ସମୟରେ ଜରୁରୀକାଳୀନ ସେବା ଓ ଯାତାୟତକୁ ଅନୁମତି ମିଳିବ । ରାଜ୍ୟ ସରକାର ଏହି ନାଇଟ କର୍ଫ୍ୟୁରେ ସହଯୋଗ କରିବାକୁ ଲୋକଙ୍କୁ ନିବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା