Masthead

ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ଛତିଶଗଡ଼ ବିଜାପୁରରେ ଏନକାଉଣ୍ଟର । ଆଉ ୩ ମାଓବାଦୀ ନିହତ । କାଲି ୧୨ ମାଓବାଦୀ ନିହତ ହୋଇଥିଲେ । ମୃତୁ୍ୟସଂଖ୍ୟା ୧୫କୁ ବୃଦ୍ଧି । ଏବେ ବି ଜାରି ରହିଛି ସର୍ଚ୍ଚ ଅପରେସନ । ଗତକାଲି ୧୨ ମାଓବାଦୀ ନିପାତ ହୋଇଥିଲେ । କିନ୍ତୁ ଏନ୍‌କାଉଣ୍ଟରରେ ଡିଆର୍‌ଜି (ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ)ର ୩ ଯବାନ ସହିଦ ହୋଇଛନ୍ତି । ସେମାନେ ହେଲେ ହେଡ୍ କନଷ୍ଟେବଳ ମୋନୁ ଭଦାଡ଼ି, ରମେଶ ସୋଧି ଏବଂ କନଷ୍ଟେବଳ ଦୁକାରୁ ଗୋଣ୍ଡେ । ଆଉ ୨ ଜଣ ଆହତ ହୋଇଛନ୍ତି । ବସ୍ତର ରେଞ୍ଜ୍ ପୁଲିସ ଆଇଜି ସୁନ୍ଦରରାଜ ପି. ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି ।

ଗଙ୍ଗାଲୁର ଥାନା ଅଞ୍ଚଳ ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଥିବା ସେ କହିଛନ୍ତି । ପୁଲିସ ଆଇଜିଙ୍କ ସୂଚନା ଅନୁସାରେ, ଡିଆର୍‌ଜି, ଏସ୍‌ଟିଏଫ୍, କୋବ୍ରା ଏବଂ ସିଆର୍‌ପିଏଫ୍‌ର ମିଳିତ ଟିମ୍ ବୁଧବାର ସକାଳ ପ୍ରାୟ ୯ଟାରେ ବିଜାପୁର-ଦନ୍ତେୱାଡ଼ା ସୀମାର ପଶ୍ଚିମ ବସ୍ତର ଡିଭିଜନ୍ ଗଙ୍ଗାଲୁର ଥାନା ଅନ୍ତର୍ଗତ ଜଙ୍ଗଲରେ ସର୍ଚ୍ଚ ଅପରେସନ ଚଲାଇଥିଲେ । ସେହି ସମୟରେ ଜଙ୍ଗଲରେ ଲୁଚିଥିବା ମାଓବାଦୀମାନେ ଅଚାନକ ଗୁଳି ଚଲାଇବା ଆରମ୍ଭ କରିଦେଇଥିଲେ ।

ଫଳରେ ସୁରକ୍ଷାକର୍ମୀ ଏହାର ଜବାବ ଦେଇଥିଲେ । ସମସ୍ତ ୧୨ ମାଓବାଦୀଙ୍କ ମୃତଦେହ ଜବତ କରାଯାଇଛି । ସେମାନଙ୍କ ନିକଟରୁ ଏସ୍ଏଲ୍ଆର୍ ରାଇଫଲ, ଡଟ୍୩୦୩ ରାଇଫଲ ସମେତ ଅନ୍ୟ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ମିଳିଛି ।ଏହି ଘଟଣା ପରେ ସେଠାରେ ସର୍ଚ୍ଚ ଅପରେସନ ଜାରି ରହିଛି । ଘଟଣାସ୍ଥଳକୁ ଅଧିକ ସଂଖ୍ୟକ ଯବାନକୁ ପଠାଯାଇଛି । ସମ୍ପୃକ୍ତ ଅଞ୍ଚଳକୁ ସିଲ୍ କରିଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି