Masthead

୧୬ ହାର୍ଡକୋର ମାଓବାଦୀ ଗିରଫ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ସୁରକ୍ଷାକର୍ମୀଙ୍କ ଅପରେସନ ବେଳେ ଧରାପଡିଲେ ୧୬ ଜଣ ହାର୍ଡକୋର ମାଓବାଦୀ । ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାର ତିନୋଟି ଭିନ୍ନ ଭିନ୍ନ ଜଙ୍ଗଲରୁ ଯବାନମାନେ ଏହି ୧୬ ଜଣ ମାଓବାଦୀଙ୍କୁ ଧରିବାରେ ସଫଳ ହୋଇଛନ୍ତି । ଗାଙ୍ଗାଲୁର, ବାସାଗୁଡା ଏବଂ ଜାଙ୍ଗଲା ଜଙ୍ଗଲରେ ଏସଟିଏଫ, ଡିଆରଜି ଓ ସିଆରପିଏଫ ଯବାନଙ୍କ କୁମ୍ବିଂ ଅପରେସନ ବେଳେ ୧୬ ଜଣ ମାଓବାଦୀ ଗିରଫ ହୋଇଥିବା ନେଇ ସୁଚନା ଦେଇଛନ୍ତି ବିଜାପୁର ଏସପି । ଏମାନେ ମାଓ ସଙ୍ଗଠନରେ ଦୀର୍ଘ ବର୍ଷ ଧରି ରହିବା ସହ ଅନେକ ହିଂସା କାଣ୍ଡରେ ସାମିଲ୍ ଅଛନ୍ତି । ଏମାନଙ୍କ ନିକଟରୁ ଅନେକ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ଯାହା ମଧ୍ୟରେ ରହିଛି ଆଇ.ଇ.ଡି, ପ୍ରେସର କୁକର ବୋମା, ଟିଫିନ ବୋମା, କୋଡେକ୍ସ ତାର ଓ ଜିଲୋଟିନ ଷ୍ଟିକ୍ । ଅଧିକ ପଚରା ଉଚୁରା କରିବା ପରେ ଏମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ବିଜାପୁର ଏସପି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି