Masthead

ଚେନ୍ନାଇରେ ବର୍ଷା ତାଣ୍ଡବ, ଗଲାଣି ୧୭ ଜୀବନ

ଚେନ୍ନାଇ (ବଡ଼ ଖବର ବ୍ୟୁରୋ): ବର୍ଷାରେ ବେହାଲ ଚେନ୍ନାଇ । ଯୁଆଡେ ଚାହିଁଲେ ଖାଲି ପାଣି ଆଉ ପାଣି । ଘର ଭାସୁଛି । ଗାଡି ବି ଭାସୁଛି । ବିମାନବନ୍ଦର ବି ଜଳମଗ୍ନ । ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି । ଯାହା ଫଳରେ ଅନେକ ସ୍ଥାନରେ ଜଳାର୍ଣ୍ଣବ ପରିସ୍ଥିତି ସୃଷ୍ଟି ହୋଇଛି । କେଉଁଠି ଘର ଭିତରେ ବର୍ଷା ପାଣି ପସିଛି, ତ ପୁଣି କେଉଁଠି ପାଣିରେ କାର ଭାସିବାର ଦୃଶ୍ୟ ସାମ୍ନାକୁ ଆସିଛି । ରାସ୍ତା ଉପରେ ଅନେକ ଗାଡି ଅଟକି ରହିଛି । ଆମ୍ବୁଲାନ୍ସ ମଧ୍ୟ ଯିବାରେ ଅସୁବିଧା ସୃଷ୍ଟି ହୋଇଛି ।

ପ୍ରବଳ ବର୍ଷା ଯୋଗୁ ଗଲାଣି ୧୭ ଜଣଙ୍କ ଜୀବନ । ତଳିଆ ଅଂଚଳ ସମେତ ରାସ୍ତାଘାଟ ଜଳାର୍ଣ୍ଣବ ହୋଇଛି । ଲୋକମାନଙ୍କ ଘରେ ମଧ୍ୟ ବର୍ଷା ପାଣି ପଶିଯାଇଛି । ଯାହା ଫଳରେ ବିଭିନ୍ନ ସ୍ଥାନରେ ଲୋକେ ଫସି ରହିଛନ୍ତି । ବିଦ୍ୟୁତ ଓ ଟେଲି ଯୋଗାଯୋଗ ମଧ୍ୟ ପ୍ରଭାବିତ ହୋଇଛି । ପାଣି ଘେରରେ ଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ବୋଟ୍, ଟ୍ରାକ୍ଟର ବ୍ୟବହାର କରାଯାଉଛି । ରିଲିଫ୍ ଓ ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫ୍, ଏସଡିଆରଏଫ୍ ଓ ଅଗ୍ନିଶମ ବାହିନୀକୁ ମୁତୟନ କରାଯାଇଛି ।

ରାଜ୍ୟରେ ୧୦୦ରୁ ଅଧିକ ଟ୍ରେନ୍ ଓ ୫୦ରୁ ଅଧିକ ବିମାନ ଉଡାଣ ବାତିଲ କରାଯାଇଛି । ସେପଟେ ବର୍ଷା ଯୋଗୁ ଟ୍ରେନ ବାତିଲ ହୋଇଥିବା ବେଳେ ବିମାନ ଚଳାଚଳ ବାତିଲ କରିଦିଆଯାଇଛି । ରାସ୍ତା ସଫା ପାଇଁ ଯୁଦ୍ଧକାଳୀନ ଭିତିରେ ଉଦ୍ୟମ ଆରମ୍ଭ କରିଛି ପ୍ରଶାସନ । ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ହେଉଥିବାରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ରହିବା ପାଇଁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର