Before Header

୨୪ ଘଣ୍ଟାରେ ୧୭୦୩ ପଜିଟିଭ

0 9

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୨୫୧୭ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୭୧୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୨୫୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୪୧୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୪୯୩୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୭୯୭୬୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.