Before Header

୨୪ ଘଣ୍ଟାରେ ୧୮୬୪ ପଜିଟିଭ୍

0 23

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୬୮ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ପଜିଟିଭ୍ ଚିହ୍ନଟକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୫୭୧୫ରେ ପହଞ୍ଚିଛି ।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୮୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୭୮୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୫୭୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୦୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୪୧୨୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୫୧୦୬୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.