Masthead

ଆଜି ସଂସଦରେ ଶପଥ ନେବେ ୧୯ ଓଡ଼ିଆ ସାଂସଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ସଂସଦରେ ଶପଥ ନେବେ ୧୯ ଓଡ଼ିଆ ସାଂସଦ । ଗତକାଲି ଓଡ଼ିଶାର ଦୁଇ ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ ଶପଥ ଗ୍ରହଣ କରିସାରିଛନ୍ତି। ଆଜି ବାକି ୧୯ ସାଂସଦ ଶପଥ ନେବେ । ଅଷ୍ଟଦଶ ଲୋକସଭାର ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହୋଇଥିବା ବେଳେ ନବନିର୍ବାଚିତ ସାଂସଦମାନେ ଶପଥ ନେଉଛନ୍ତି । ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭର୍ତ୍ତୃହରି ମହତାବଙ୍କୁ କାମ ଚଳା ବାଚସ୍ପତି ରୂପେ ଶପଥ ପାଠ କରାଇଥିଲେ।

ଏହାପରେ ସେ ଗୃହରେ ନବନିର୍ବାଚିତ ସାଂସଦଙ୍କୁ ଶପଥପାଠ କରାଇଥିଲେ। ଭର୍ତ୍ତୃହରି ମହତାବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ସାଂସଦମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।ଗତକାଲି ପ୍ରଥମ ଦିନରେ ୨୮୦ ସାଂସଦ ଶପଥ ଗ୍ରହଣ କରିଥିବା ବେଳେ । ଅବଶିଷ୍ଟ ସାଂସଦ ଆଜି ଶପଥ ନେବେ। ଆସନ୍ତା କାଲି ହେବ ବାଚସ୍ପତି ନିର୍ବାଚନ। ୨୭ ତାରିଖରେ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ