Masthead

୧୯୨୦ ବୋତଲ କଫସିରପ ଜବତ

ସୁବର୍ଣ୍ଣପୁର(ବଡ଼ ଖବର ବ୍ୟୁରୋ) : ସୁବର୍ଣ୍ଣପୁର ଜିଲ୍ଲା ତରଭା ପୋଲିସକୁ ମିଳିଛି ସଫଳତା । ୧୯୨୦ ବୋତଲ କଫସିରପ ଜବତ କରିଛି ପୋଲିସ । ତରଭା ବ୍ଲକ ଖାରି ଶିଶୁ ମନ୍ଦିର ନିକଟରୁ ଜବତ । ଦୁଇ ଜଣ ଭୁବନେଶ୍ୱରରୁ କଫସିରପ ଆଣି ବଲାଙ୍ଗୀର ଓ ସୁବର୍ଣ୍ଣପୁର ଜିଲ୍ଲାରେ ଦେଉଥିବା ବେଳେ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ତରଭା ସେମାନଙ୍କୁ ପୋଲିସ ଧରିଛି ।

ଏହି ଯୁବକ ମାନେ ହେଲେ ପୁରୀ ଜିଲ୍ଲା ବେଗୁନିଆ ଗାଁର ପ୍ରଶାନ୍ତ ନାୟକ, ନୟାଗଡ଼ ଜିଲ୍ଲା କୋମଣ୍ଡା ଗାଁର ସୁଶାନ୍ତ ସେଠୀ, ବଲାଙ୍ଗୀର ଜିଲ୍ଲା ସଇଁତଳା ଥାନାର ସୁଶାନ୍ତ ଡାଙ୍ଗ, ଦେବାଶିଷ ଛତ୍ରିଆ ଓ ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ଦେବେନ୍ଦ୍ର ପାତ୍ର ବୋଲି ଜଣା ପଡ଼ିଛି । ସେମାନଙ୍କ ଠାରୁ ୨ଟି ଚାରି ଚକିଆ ଗାଡ଼ି, ୫ଟି ମୋବାଇଲ ଓ ୧୯୨୦ ବୋତଲ କଫସିରପ ଜବତ କରିଛି ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ । ଏହି ଘଟଣାରେ ଏକ ଟିମ ଗଠନ କରି ଅଧିକ ଅନୁସନ୍ଧାନ ଜାରି ରହିଛି ବୋଲି ସୂଚନା ଦେଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ