Masthead

ହକିରେ ସ୍ୱର୍ଣ୍ଣ ପଦକ ପାଇଁ ଅମିତଙ୍କୁ ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ

ଭୁବେନେଶ୍ୱର (ବଡ଼ ଖବର ବ୍ୟୁରୋ):ଅମିତ ରୋହିଦାସଙ୍କ ପାଇଁ ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା । ଭାରତୀୟ ହକି ଦଳର ଓଡ଼ିଆ ପୁଅ ଅମିତ ରୋହିଦାସଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସ୍ୱତନ୍ତ୍ର ପୁରସ୍କାର ଘୋଷଣା କରିଛନ୍ତି । ଏସୀୟ ହକିରେ ସ୍ୱର୍ଣ୍ଣ ପଦକ ପାଇଁ ରୋହିଦାସଙ୍କୁ ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ଗତକାଲି ଏସିଆନ ଗେମ୍ସରେ ଦମଦାର ପ୍ରଦର୍ଶନ କରି ହକିରେ ସ୍ୱର୍ଣ୍ଣ ପଦକ ହାସଲ କରିଛି ଟିମ ଇଣ୍ଡିଆ ।

ଜାପାନ ବିପକ୍ଷ ଫାଇନାଲ ମ୍ୟାଚରେ ଏକତରଫା ବିଜୟ ହାସଲ କରିଥିଲା ଭାରତୀୟ ହକି ଟିମ୍ । ଏହାସହିତ ଭାରତୀୟ ହକି ଟିମ୍ ପ୍ୟାରିସର ଅଲିମ୍ପିକ ପାଇଁ ମଧ୍ୟ ଟିକେଟ ହାସଲ କରିଛି । ଭାରତ ୧୬ତମ ମେଡାଲ ବିଜୟୀ ହୋଇ ପୁରୁଷ ହକିରେ ଏକ ଐତିହାସିକ ରେକର୍ଡ ସୃଷ୍ଟି କରିଛି । ତେବେ ଏହାକୁ ନେଇ ଭାରତୀୟ ହକି ଟିମଙ୍କୁ ଚାରିଆଡୁ ଶୁଭେଚ୍ଛା ମିଳିଥିବା ବେଳେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଭିଡିଓ କଲ୍ ଜରିଆରେ ସେମାନଙ୍କ ସହ କଥା ହୋଇ ଶୁଭେଚ୍ଛା ଜଣାଇଥିଲେ ।ତେବେ ଆଜି ଭାରତୀୟ ହକି ଦଳର ଓଡ଼ିଆ ପୁଅ ଅମିତ ରୋହିଦାସଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱତନ୍ତ୍ର ଭାବେ ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା