Masthead

ଦୋଳ ବିମାନକୁ ଧକ୍କା ଦେଲା ଗାଡ଼ି, ୨ ମୃତ

ଡେରାବିଶ(ବଡ଼ ଖବର ବ୍ୟୁରୋ): ଦୋଳ ବିମାନକୁ ଧକ୍କା ଦେଲା ଗାଡ଼ି । ୨ ମୃତ । କେନ୍ଦ୍ରାପଡ଼ା ସଦର ଥାନା ଦୁହୁରିଆ ନିକଟରେ ଘଟିଛି ଏହି ଦୁର୍ଘଟଣା । କଟକ-ଚାନ୍ଦବାଲି ରାସ୍ତାର ଦୁହୁରିଆ ଠାରେ ଦୋଳ ବିମାନକୁ ଏକ ମାଛ ବୋଝେଇ ପିକଅପ୍ ଭ୍ୟାନ୍ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ବିମାନ କାନ୍ଧେଇ ଥିବା ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା । ଏହି ଦୁର୍ଘଟଣାରେ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ୫ଜଣଙ୍କ ମଧ୍ୟରୁ ଜଣଙ୍କର ସେଠାରେ ମୃତ୍ୟୁ ହୋଇଛି ।

ସ୍ଥାନୀୟ ବଣହରା ଗାଁର ଜୟନ୍ତ କୁମାର ଅଧିକାରୀଙ୍କ ଦୋଳ ବିମାନ ବାଲିଆ ମେଳଣ ସାରି ଦୁହୁରିଆ ମେଳଣରେ ଯୋଗଦେବାକୁ ଆସୁଥିଲେ । ଦୁହୁରିଆ ମେଳଣରୁ କିଛି ଦୂରରେ କଟକ ଆଡୁ ଆସିଥିବା ଏକ ମାଛ ବୋଝେଇ ପିକଅପ୍ ଭ୍ୟାନ୍ ବିମାନକୁ ପଛପଟୁ ଧକ୍କା ଦେଇଥିଲା । ଦୁର୍ଘଟଣାରେ ବିମାନଟି ମଧ୍ୟ ଭାଙ୍ଗିରୁଜି ଯାଇଛି । ଦୁର୍ଘଟଣା ଘଟାଇଥିବା ଗାଡ଼ିକୁ ପୋଲିସ ଜବତ କରି ଡ୍ରାଇଭରକୁ ଅଟକ ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ