Masthead

ଦୋଳ ବିମାନକୁ ଧକ୍କା ଦେଲା ଗାଡ଼ି, ୨ ମୃତ

ଡେରାବିଶ(ବଡ଼ ଖବର ବ୍ୟୁରୋ): ଦୋଳ ବିମାନକୁ ଧକ୍କା ଦେଲା ଗାଡ଼ି । ୨ ମୃତ । କେନ୍ଦ୍ରାପଡ଼ା ସଦର ଥାନା ଦୁହୁରିଆ ନିକଟରେ ଘଟିଛି ଏହି ଦୁର୍ଘଟଣା । କଟକ-ଚାନ୍ଦବାଲି ରାସ୍ତାର ଦୁହୁରିଆ ଠାରେ ଦୋଳ ବିମାନକୁ ଏକ ମାଛ ବୋଝେଇ ପିକଅପ୍ ଭ୍ୟାନ୍ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ବିମାନ କାନ୍ଧେଇ ଥିବା ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା । ଏହି ଦୁର୍ଘଟଣାରେ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ୫ଜଣଙ୍କ ମଧ୍ୟରୁ ଜଣଙ୍କର ସେଠାରେ ମୃତ୍ୟୁ ହୋଇଛି ।

ସ୍ଥାନୀୟ ବଣହରା ଗାଁର ଜୟନ୍ତ କୁମାର ଅଧିକାରୀଙ୍କ ଦୋଳ ବିମାନ ବାଲିଆ ମେଳଣ ସାରି ଦୁହୁରିଆ ମେଳଣରେ ଯୋଗଦେବାକୁ ଆସୁଥିଲେ । ଦୁହୁରିଆ ମେଳଣରୁ କିଛି ଦୂରରେ କଟକ ଆଡୁ ଆସିଥିବା ଏକ ମାଛ ବୋଝେଇ ପିକଅପ୍ ଭ୍ୟାନ୍ ବିମାନକୁ ପଛପଟୁ ଧକ୍କା ଦେଇଥିଲା । ଦୁର୍ଘଟଣାରେ ବିମାନଟି ମଧ୍ୟ ଭାଙ୍ଗିରୁଜି ଯାଇଛି । ଦୁର୍ଘଟଣା ଘଟାଇଥିବା ଗାଡ଼ିକୁ ପୋଲିସ ଜବତ କରି ଡ୍ରାଇଭରକୁ ଅଟକ ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା