Masthead

ଶ୍ୱାସ ରୁଦ୍ଧ ହୋଇ ୨ ମୃତ

ଗଜପତି(ବଡ଼ ଖବର ବ୍ୟୁରୋ): ଶ୍ୱାସ ରୁଦ୍ଧ ହୋଇ ୨ଜଣଙ୍କ ମୃତ୍ୟୁ । ଏଭଳି ଅଭାବନିୟ ଘଟଣା ଘଟିଛି ଗଜପତି ଜିଲ୍ଲା ଆର୍ ଉଦୟଗିରି ଥାନା ବେତାରସିଂ ଗାଁରେ । ଗାଁର କମଳ ନାୟକଙ୍କ ପରିବାରରେ ବାହାଘର ଭୋଜି ଚାଲିଥିଲା। କମଳ ନାୟକଙ୍କ ବାପା ମାଧବ ନାୟକ , ଭାଇ ଗଣେଶ ନାୟକ ଓ ଦୁଇଝିଅ ଅମ୍ବିକା, ଝୁମୁରି ନାୟକ ଭୋଜି ଭାତ ଖାଇ ଘରେ ଶୋଇଥିଲେ । ଘର ସମୁଖରେ ଜେନେରେଟର୍ ଲାଗିଥିଲା । ଜେନେରେଟର ଗ୍ୟାସରେ ଶ୍ୱାସ ରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ସୂଚନା ଅନୁସାରେ, ସକାଳୁ ସେମାନଙ୍କୁ ପରିବାର ଲୋକେ ଉଠାଇଥିଲେ ମାତ୍ର ସେମାନେ ଉଠିନଥିଲେ । ବାପା ମାଧବ ମଧ୍ୟ କିଛି କଥା ବାର୍ତ୍ତା କରୁନଥିବା ବେଳେ ଅନ୍ୟ ମାନେ ଆଉ ଉଠି ନଥିଲେ ।ତେଣୁ ପରିବାର ଲୋକେ ସେମାନଙ୍କୁ ଚନ୍ଦ୍ରଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ ।ତେବେ ଗଣେଶ ନାୟକ ଓ ଅମ୍ବିକା ନାୟକଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ଝୁମୁରି ନାୟକଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ତେବେ ଏନେଇ ଚନ୍ଦ୍ରଗିରି ଡାକ୍ତରଖାନାରେ ଚନ୍ଦ୍ରଗିରି ପୋଲିସ ଫାଣ୍ଡି ଅଧିକାରୀ ପୁରୁଷୋତ୍ତମ ପାଇକ ପହଞ୍ଚି ଘଟଣାର ଅନୁଧ୍ୟାନ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ