Masthead

ଶ୍ୱାସ ରୁଦ୍ଧ ହୋଇ ୨ ମୃତ

ଗଜପତି(ବଡ଼ ଖବର ବ୍ୟୁରୋ): ଶ୍ୱାସ ରୁଦ୍ଧ ହୋଇ ୨ଜଣଙ୍କ ମୃତ୍ୟୁ । ଏଭଳି ଅଭାବନିୟ ଘଟଣା ଘଟିଛି ଗଜପତି ଜିଲ୍ଲା ଆର୍ ଉଦୟଗିରି ଥାନା ବେତାରସିଂ ଗାଁରେ । ଗାଁର କମଳ ନାୟକଙ୍କ ପରିବାରରେ ବାହାଘର ଭୋଜି ଚାଲିଥିଲା। କମଳ ନାୟକଙ୍କ ବାପା ମାଧବ ନାୟକ , ଭାଇ ଗଣେଶ ନାୟକ ଓ ଦୁଇଝିଅ ଅମ୍ବିକା, ଝୁମୁରି ନାୟକ ଭୋଜି ଭାତ ଖାଇ ଘରେ ଶୋଇଥିଲେ । ଘର ସମୁଖରେ ଜେନେରେଟର୍ ଲାଗିଥିଲା । ଜେନେରେଟର ଗ୍ୟାସରେ ଶ୍ୱାସ ରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ସୂଚନା ଅନୁସାରେ, ସକାଳୁ ସେମାନଙ୍କୁ ପରିବାର ଲୋକେ ଉଠାଇଥିଲେ ମାତ୍ର ସେମାନେ ଉଠିନଥିଲେ । ବାପା ମାଧବ ମଧ୍ୟ କିଛି କଥା ବାର୍ତ୍ତା କରୁନଥିବା ବେଳେ ଅନ୍ୟ ମାନେ ଆଉ ଉଠି ନଥିଲେ ।ତେଣୁ ପରିବାର ଲୋକେ ସେମାନଙ୍କୁ ଚନ୍ଦ୍ରଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ ।ତେବେ ଗଣେଶ ନାୟକ ଓ ଅମ୍ବିକା ନାୟକଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ଝୁମୁରି ନାୟକଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ତେବେ ଏନେଇ ଚନ୍ଦ୍ରଗିରି ଡାକ୍ତରଖାନାରେ ଚନ୍ଦ୍ରଗିରି ପୋଲିସ ଫାଣ୍ଡି ଅଧିକାରୀ ପୁରୁଷୋତ୍ତମ ପାଇକ ପହଞ୍ଚି ଘଟଣାର ଅନୁଧ୍ୟାନ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ