Masthead

ବ୍ରାହ୍ମଣୀ ନଦୀରେ ଡଙ୍ଗାବୁଡ଼ି ୨ ନିଖୋଜ

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ):କେନ୍ଦ୍ରାପଡ଼ା ଜିଲ୍ଲା ଏକମାଣିଆ ପଞ୍ଚାୟତରେ ଅଘଟଣ। ବ୍ରାହ୍ମଣୀ ନଦୀରେ ଯାତ୍ରୀବାହି ଡଙ୍ଗା ବୁଡ଼ି ୨ ନିଖୋଜ । ୨ ନିଖୋଜଙ୍କ ମଧ୍ୟରୁ ଜଣଙ୍କର ମୃତ ଦେହ ଉଦ୍ଧାର କରାଯାଇଥିବାବେଳେ ଅନ୍ୟ ଜଣଙ୍କର ଏଯାଏଁ ପତ୍ତା ମିଳିନାହିଁ । ଆଜି ସକାଳେ ୩୦ ଯାତ୍ରୀଙ୍କୁ ଧରି ଏକ ଡଙ୍ଗା ଏକମାଣିଆ ପଞ୍ଚାୟତରୁ ରାଜନଗର କେରଡାଗଡ଼କୁ ଯାଉଥିଲା। ମାତ୍ର ଡଙ୍ଗାଟି କୂଳରୁ କିଛି ବାଟ ଯିବା ପରେ ହଠାତ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଗ୍ରାମବାସୀ ସଙ୍ଗେ ସଙ୍ଗେ ଡଙ୍ଗାରେ ଥିବା ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଥିବାବେଳେ ୨ ଜଣ ନିଖୋଜ ଥିବା ଜଣାପଡିଛି । ତେବେ ନିଖୋଜ ଦୁଇ ଜଣଙ୍କ ମଧ୍ୟରୁ ଜଣେ ନାଉରିଆ ଥିବା ବେଳେ ଅନ୍ୟଜଣେ ଯାତ୍ରୀ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ