ବ୍ରାହ୍ମଣୀ ନଦୀରେ ଡଙ୍ଗାବୁଡ଼ି ୨ ନିଖୋଜ

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ):କେନ୍ଦ୍ରାପଡ଼ା ଜିଲ୍ଲା ଏକମାଣିଆ ପଞ୍ଚାୟତରେ ଅଘଟଣ। ବ୍ରାହ୍ମଣୀ ନଦୀରେ ଯାତ୍ରୀବାହି ଡଙ୍ଗା ବୁଡ଼ି ୨ ନିଖୋଜ । ୨ ନିଖୋଜଙ୍କ ମଧ୍ୟରୁ ଜଣଙ୍କର ମୃତ ଦେହ ଉଦ୍ଧାର କରାଯାଇଥିବାବେଳେ ଅନ୍ୟ ଜଣଙ୍କର ଏଯାଏଁ ପତ୍ତା ମିଳିନାହିଁ । ଆଜି ସକାଳେ ୩୦ ଯାତ୍ରୀଙ୍କୁ ଧରି ଏକ ଡଙ୍ଗା ଏକମାଣିଆ ପଞ୍ଚାୟତରୁ ରାଜନଗର କେରଡାଗଡ଼କୁ ଯାଉଥିଲା। ମାତ୍ର ଡଙ୍ଗାଟି କୂଳରୁ କିଛି ବାଟ ଯିବା ପରେ ହଠାତ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଗ୍ରାମବାସୀ ସଙ୍ଗେ ସଙ୍ଗେ ଡଙ୍ଗାରେ ଥିବା ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଥିବାବେଳେ ୨ ଜଣ ନିଖୋଜ ଥିବା ଜଣାପଡିଛି । ତେବେ ନିଖୋଜ ଦୁଇ ଜଣଙ୍କ ମଧ୍ୟରୁ ଜଣେ ନାଉରିଆ ଥିବା ବେଳେ ଅନ୍ୟଜଣେ ଯାତ୍ରୀ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’