Masthead

ପୋଖରୀରେ ବୁଡ଼ି ଦୁଇ ନାବାଳିକା ମୃତ

ଢେଙ୍କାନାଳ, (ବଡ଼ ଖବର ବ୍ୟୁରୋ): ଗାଧୋଇବାକୁ ଯାଇଥିଲେ। ହେଲେ ଆଉ ଫେରିଲେନି। ଗାଧୋଇବା କାଳ ହେଲା ଆଉ ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ଗନ୍ଦିଆ ବ୍ଲକ କରମୂଳ ଗ୍ରାମରେ। ଗ୍ରାମର ଅନିତା ମଳିକ ଓ ଅଙ୍କିତା ମଳିକ ଆଜି ପୋଖରୀକୁ ଗାଧେଇବାକୁ ଯାଇ ଆଉ ଫେରି ନ ଥିଲେ। ଘର ଲୋକ ଖୋଜାଖୋଜି କରିବାରୁ ନିକଟସ୍ଥ ପୋଖରୀରେ ସେମାନେ ଭାସୁଥିବା ଦେଖିଥିଲେ। ତୁରନ୍ତ ସେମାନଙ୍କୁ ପାଣିରୁ ଉଦ୍ଧାର କରି ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ଡାକ୍ତର ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନେବାକୁ ପରାମର୍ଶ ଦେଇଥିଲେ। ଢେଙ୍କାନାଳରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ