Masthead

ପୋଖରୀରେ ବୁଡ଼ି ଦୁଇ ନାବାଳିକା ମୃତ

ଢେଙ୍କାନାଳ, (ବଡ଼ ଖବର ବ୍ୟୁରୋ): ଗାଧୋଇବାକୁ ଯାଇଥିଲେ। ହେଲେ ଆଉ ଫେରିଲେନି। ଗାଧୋଇବା କାଳ ହେଲା ଆଉ ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ଗନ୍ଦିଆ ବ୍ଲକ କରମୂଳ ଗ୍ରାମରେ। ଗ୍ରାମର ଅନିତା ମଳିକ ଓ ଅଙ୍କିତା ମଳିକ ଆଜି ପୋଖରୀକୁ ଗାଧେଇବାକୁ ଯାଇ ଆଉ ଫେରି ନ ଥିଲେ। ଘର ଲୋକ ଖୋଜାଖୋଜି କରିବାରୁ ନିକଟସ୍ଥ ପୋଖରୀରେ ସେମାନେ ଭାସୁଥିବା ଦେଖିଥିଲେ। ତୁରନ୍ତ ସେମାନଙ୍କୁ ପାଣିରୁ ଉଦ୍ଧାର କରି ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ଡାକ୍ତର ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନେବାକୁ ପରାମର୍ଶ ଦେଇଥିଲେ। ଢେଙ୍କାନାଳରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା