Masthead

ସୁପ୍ରିମକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ର ଏବଂ ବରିଷ୍ଠ ଆଇନଜୀବୀ କେଭି ବିଶ୍ୱନାଥନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଶପଥ ନେଲେ ସୁପ୍ରିମକୋର୍ଟର ଦୁଇ ବିଚାରପତି । ପୂରଣ ହେଲା ସୁପ୍ରିମକୋର୍ଟର ୩୪ ବିଚାରପତି ପଦବୀ । ସୁପ୍ରିମକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ର ଏବଂ ବରିଷ୍ଠ ଆଇନଜୀବୀ କେଭି ବିଶ୍ୱନାଥନ । ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ ନୂଆ ବିଚାରପତିଙ୍କୁ ଗୋପନୀୟତାର ଶପଥ ପାଠ କରାଇଥିଲେ ।

ମେ’ ୧୬ ତାରିଖରେ ପ୍ରଧାନ ବିଚାରପତି ଜଷ୍ଟିସ ଚନ୍ଦ୍ରଚୂଡଙ୍କ ଅଧ୍ୟକ୍ଷତାରେ ବସିଥିବା ସୁପ୍ରିମକୋର୍ଟ କଲେଜିୟମ ଜଷ୍ଟିସ ମିଶ୍ରା ଓ ବିଶ୍ୱନାଥନଙ୍କ ନାଁ ବିଚାରପତି ପଦ ପାଇଁ ସୁପାରିସ କରିଥିଲେ। ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ନିଯୁକ୍ତି ଉପରେ ମୋହର ମାରିଥିଲେ। ଏନେଇ ଟ୍ୱିଟ କରି ସୂଚନା ଦେଇଥିଲେ ନୂଆ କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ।ବିଶ୍ୱନାଥନ ଆଇନଜୀବୀରୁ ସିଧାସଳଖ ବିଚାରପତି ହୋଇଥିବା ବେଳେ ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ର ଆନ୍ଧ୍ର ପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା