Masthead

୨୪ ଘଣ୍ଟାରେ ୨ଲକ୍ଷ ସଂକ୍ରମିତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ମାଡ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବିଗିଡ଼ିବାରେ ଲାଗିଛି ସ୍ଥିତି । ଚିନ୍ତାରେ ଦେଶବାସୀ । ଗତ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୧୭ ହଜାର ୩୫୩ ଜଣ କରୋନାରେ ସଂକ୍ରମିତ ହୋଇଥିବାବେଳେ ୧,୧୮୫ ଜଣଙ୍କର ମୃତ୍ୟୁ ଘଟିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୧୭ ହଜାର ୩୫୩ ଜଣ କରୋନାରେ ସଂକ୍ରମିତ ହୋଇଥିବାବେଳେ ୧୧୮୫ ଜଣ ପ୍ରାଣ ହରାଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୪୨ ଲକ୍ଷ ୯୧ ହଜାର ୯୧୭ରେ ପହଞ୍ଚିଛି। ସେହିପରି ମୋଟ୍ ୧ ଲକ୍ଷ ୭୪ ହଜାର ୩୦୮ ଲୋକ ପ୍ରାଣ ହରାଇଛନ୍ତି।

ଦିଲ୍ଲୀରେ ଗତ ୨୪ ଘଣ୍ଟା ମଧ୍ୟରେ ମୋଟ ୧୬୬୯୯ ଟି ନୂଆ ମାମଲା ସାମ୍ନାକୁ ଆସିଥିବାବେଳେ ୧୧୨ ଜଣଙ୍କର ମୃତ୍ୟୁ ଘଟିଛି। ଏହାପୂର୍ବରୁ ବୁଧବାର ଦିଲ୍ଲୀରେ ୧୭୨୮୨ଟି ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଦିଲ୍ଲୀରେ ୭ ଲକ୍ଷ ୮୪ ହଜାର ୧୩୭ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି ଏବଂ ୧୧୬୫୨ ଜଣ ଲୋକ ପ୍ରାଣ ହରାଇଛନ୍ତି। ଦିଲ୍ଲୀରେ ସଂକ୍ରମିତ ସଂଖ୍ୟା ୫୪ ହଜାର ୩୦୯କୁ ବୃଦ୍ଧି ପାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରାଳୟର ସୂଚନା ଅନୁଯାୟୀ ୨୪ ଘଣ୍ଟା ମଧ୍ୟରେ ସମଗ୍ର ଦେଶରେ ୧ ଲକ୍ଷ ୧୮ ହଜାର ୩୦୨ ଜଣ ଆରୋଗ୍ୟ ହୋଇଛନ୍ତି। ନୂଆ ଆରୋଗ୍ୟ ସଂଖ୍ୟାକୁ ମିଶାଇ ଏଯାବତ ୧ କୋଟି ୨୫ ଲକ୍ଷ ୪୭ ହଜାର ୮୬୬ ଆରୋଗ୍ୟ ହୋଇଛନ୍ତି। ଏବେ ଭାରତରେ ୧୫ ଲକ୍ଷ ୬୯ ହଜାର ୭୪୩ ଜଣ କରୋନାରେ ଚିକିତ୍ସାଧୀନ ରହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୌମ୍ୟାଶ୍ରୀଙ୍କ ମୃତ୍ୟୁ ପଛରେ ଛାତ୍ର ସଙ୍ଗଠନର ହାତ! 🔴 ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା 🔴 ହାଜର ହେବେ ICC ସଦସ୍ୟ 🔴 କ’ଣ ଚୀନ ଭାରତର ବନ୍ଧୁ ? 🔴 ରାଜ୍ୟରେ ବଢ଼ୁଛି ଛାତ୍ରୀଙ୍କ ଅସଦାଚରଣ ମାମଲା 🔴 କଣ ଆପଣ ଜିଲାପି, ସିଙ୍ଗଡ଼ା ଖାଉଛନ୍ତି କି ? 🔴 ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 ସୌମ୍ୟାଶ୍ରୀଙ୍କ ମୃତ୍ୟୁ ପଛରେ ଛାତ୍ର ସଙ୍ଗଠନର ହାତ! 🔴 ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା 🔴 ହାଜର ହେବେ ICC ସଦସ୍ୟ 🔴 କ’ଣ ଚୀନ ଭାରତର ବନ୍ଧୁ ? 🔴 ରାଜ୍ୟରେ ବଢ଼ୁଛି ଛାତ୍ରୀଙ୍କ ଅସଦାଚରଣ ମାମଲା 🔴 କଣ ଆପଣ ଜିଲାପି, ସିଙ୍ଗଡ଼ା ଖାଉଛନ୍ତି କି ? 🔴 ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା